ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ସଚେତନତା ଶିବିର

ଭୁବନେଶ୍ୱର,୨୪।୮ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାକୁ ପ୍ରୋତ୍ସାହନ ଦେବା ଏବଂ ଅଂଶଗ୍ରହଣକାରୀଙ୍କ ମଧ୍ୟରେ ଅଧିକ ସଚେତନତା ସୃଷ୍ଟି କରିବା ତଥା ଏହି ଯୋଜନାର ପ୍ରଚାର ପାଇଁ ୟୁକୋ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶା ଆନୁକୂଲ୍ୟରେ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଭୁବନେଶ୍ୱରଠାରେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଉପରେ ଏକ ଦିନିକିଆ ସଚେତନତା ଶିବିରର ଆୟୋଜନ କରାଯାଇଥିଲା। ଏହି ବୈଠକରେ ବ୍ୟାଙ୍କ ଅଧିକାରୀ, ଜିଲା ପ୍ରବନ୍ଧକ, ମହାପ୍ରବନ୍ଧକ ଜିଲା ଶିଳ୍ପକେନ୍ଦ୍ର, ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ପ୍ରଶିକ୍ଷକ ଆଣ୍ଡ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ
ସମ୍ବନ୍ଧିତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ଗୌତମ ପାତ୍ର, ମହାପ୍ରବନ୍ଧକ ତଥା ଆବାହକ, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି), ଓଡ଼ିଶା ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ବାଗତ କରିବା ସହ ଯୋଜନାର ସଂକ୍ଷିପ୍ତ ପରିଚୟ ପ୍ରଦାନ କରିଥିଲେ। ଡି. ପ୍ରଶାନ୍ତ କୁମାର ରେଡ୍ଡୀ (ଉପସଭାପତି) ତଥା ଶିଳ୍ପ ନିର୍ଦ୍ଦେଶକ ଏହି ଯୋଜନାର ଗୁରୁତ୍ୱ ଓ ଲାଭ ଉପରେ ଆଲୋକପାତ କରିଥିଲେ। କାରିଗରମାନଙ୍କୁ ସେମାନଙ୍କର ଉପତ୍ାଦ ଓ ସେବାର ଗୁଣବତ୍ତାରେ ଉନ୍ନତି ଆଣିବା ସହ ବିଶ୍ୱକର୍ମାକୁ ଘରୋଇ ଏବଂ ବିଶ୍ୱସ୍ତରୀୟ ମୂଲ୍ୟ ଶୃଙ୍ଖଳାରେ ସମନ୍ବିତ କରିବା ପାଇଁ ସହାୟତା କରିବା ସରକାରଙ୍କ ଉଦ୍ଦେଶ୍ୟ ବୋଲି ସେ କହିଥିଲେ। ମହେଶ କୁମାର ଚୌଧୁରୀ, ସ୍ବତନ୍ତ୍ର ସଚିବ,ଏମ୍‌ଏସ୍‌ଏମ୍‌ଇ ବିଭାଗ,ଡ. ପ୍ରଜ୍ଞାସ୍ମିତା ସାହୁ, ନିର୍ଦ୍ଦେଶିକା, ସଂସ୍ଥାଗତ ଋଣ, ଅର୍ଥ ବିଭାଗ, ଓଡ଼ିଶା ସରକାର, ପ୍ରିୟଙ୍କା ମଲ୍ଲିକ, ଉପ କମିଶନର, ବିଏମ୍‌ସି, ଏମ୍‌ଏସ୍‌ଏମ୍‌ଇ-ଡିଏଫ୍‌ଓର ଯୁଗ୍ମ ନିର୍ଦ୍ଦେଶକ ତଥା କାର୍ଯ୍ୟାଳୟ ମୁଖ୍ୟ ପି.କେ. ଗୁପ୍ତା, ଆଞ୍ଚଳିକ ନିର୍ଦ୍ଦେଶାଳୟ, ଦକ୍ଷତା ବିକାଶ ଓ ଉଦ୍ୟୋଗ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ବି. ରବି ସମ୍ମାନିତ ଅତିଥି ଭାବେ ଯୋଗଦେଇ ନିଜର ମତ ରଖିଥିଲେ। କର୍ମଶାଳାରେ ଯୋଜନାର ବିବରଣୀ ଏବଂ ପଞ୍ଜୀକରଣ ପ୍ରକ୍ରିୟାକୁ ଅଡିଓ ଭିଜୁଆଲ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା। ହିତାଧିକାରୀଙ୍କ ପ୍ରଶ୍ନର ଉତ୍ତର ମଧ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଦେଇଥିଲେ। ୨୨ା୦୮ା୨୦୨୪ ସୁଦ୍ଧା ପ୍ରଶିକ୍ଷଣ ଶେଷ ହେବା ପରେ ବ୍ୟାଙ୍କଗୁଡ଼ିକୁ ମୋଟ୍‌ ୬୦୭୩ ଟି ଋଣ ଆବେଦନ ମିଳିଥିଲା। ବ୍ୟାଙ୍କଗୁଡିକ ୧୪୫୬ଟି ଋଣ ମଞ୍ଜୁର କରିଥିବା ବେଳେ ୯୧୨ଟି ମାମଲାରେ ବିତରଣ କରାଯାଇଛି। କାର୍ଯ୍ୟକ୍ରମ ଶେଷରେ ଲିଙ୍ଗରାଜ ନାୟକ, ପ୍ରଭାରୀ, ଏସ୍‌ଏଲ୍‌ବିସି ଓଡ଼ିଶା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri