ମୂଲ୍ୟବୋଧ ସହ ସାଲିସ କରି ନ ଥିଲେ ପ୍ରଦ୍ୟୁମ୍ନ: ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସମାଜବାଦୀ ନେତା ତଥା ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଦ୍ୟୁମ୍ନ ବଳ ଜୟନ୍ତୀ ସମାରୋହ କମିଟି ପକ୍ଷରୁ ଅନୁଷ୍ଠିତ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ଛାତ୍ର ନେତା ଭାବେ ଜୀବନ ଆରମ୍ଭ କରି ପ୍ରଦ୍ୟୁମ୍ନବାବୁ ରାଜନୀତି, ସମାଜସେବା ଓ ସାମ୍ବାଦିକତାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଯାଇଛନ୍ତି। ଜୀବନରେ ସେ ସବୁବେଳେ ମୂଲ୍ୟବୋଧ ଉପରେ ଗୁରୁତ୍ୱ ଦେଇଆସିଛନ୍ତି। ଏଥିସହ ସେ କେବେ ବି ସାଲିସ କରିନାହାନ୍ତି। ତାଙ୍କ ଉଦ୍ୟମ ଯୋଗୁ ପ୍ରଗତିବାଦୀ ଏକ ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇ ନିଜର ସ୍ଥିତିକୁ ମଜଭୁତ କରିପାରିଛି। ପ୍ରଗତିବାଦୀ ପକ୍ଷରୁ ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପ୍ରଦ୍ୟୁମ୍ନ ବଳ ରିଲିଫ୍‌ କମିଟି ଗଠନ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଧନ୍ୟବାଦ ଜଣାଇଥିଲେ। ବର୍ତ୍ତମାନ ସମାଜ ଆଗକୁ ବଢୁଛି। ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଘଟୁଛି। ପରିବର୍ତ୍ତନ ସହ ମୂଲ୍ୟବୋଧର ସୁରକ୍ଷା ପ୍ରତି ଧ୍ୟାନ ଦେଲେ ଏହା ସମସ୍ତଙ୍କ ପାଇଁ ଉପଯୋଗୀ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ବିଶିଷ୍ଟ ସମାଜସେବୀ କ୍ରିଷ୍ଣାରାଣୀ ବୋଷଙ୍କୁ ‘ପ୍ରଦ୍ୟୁମ୍ନ ବଳ ସମ୍ମାନ’ ପ୍ରଦାନ କରାଯାଇଥିବାବେଳେ ୧୦ଜଣ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।
ବିଶିଷ୍ଟ ଅତିଥିଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦ୍ୟୁମ୍ନ ବଳଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ କହିଥିଲେ। ମୁଖ୍ୟବକ୍ତା ଭାବେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଓ ସମ୍ମାନିତ ଅତିଥିଭାବେ ନଗର ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇଥିଲେ। ପ୍ରଦ୍ୟୁମ୍ନ ବଳ ମେମୋରିଆଲ ଟ୍ରଷ୍ଟର ଟ୍ରଷ୍ଟି ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବାବେଳେ ପ୍ରଗତିବାଦୀର ଡାଇରେକ୍ଟର ଡ. ମୋନାଲିସା ବଳ ଧନ୍ୟବାଦ ଦେଇଥିଲେ। ଶରଣାରବିନ୍ଦ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri