ମୂଲ୍ୟବୋଧ ସହ ସାଲିସ କରି ନ ଥିଲେ ପ୍ରଦ୍ୟୁମ୍ନ: ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସମାଜବାଦୀ ନେତା ତଥା ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଦ୍ୟୁମ୍ନ ବଳ ଜୟନ୍ତୀ ସମାରୋହ କମିଟି ପକ୍ଷରୁ ଅନୁଷ୍ଠିତ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ଛାତ୍ର ନେତା ଭାବେ ଜୀବନ ଆରମ୍ଭ କରି ପ୍ରଦ୍ୟୁମ୍ନବାବୁ ରାଜନୀତି, ସମାଜସେବା ଓ ସାମ୍ବାଦିକତାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଯାଇଛନ୍ତି। ଜୀବନରେ ସେ ସବୁବେଳେ ମୂଲ୍ୟବୋଧ ଉପରେ ଗୁରୁତ୍ୱ ଦେଇଆସିଛନ୍ତି। ଏଥିସହ ସେ କେବେ ବି ସାଲିସ କରିନାହାନ୍ତି। ତାଙ୍କ ଉଦ୍ୟମ ଯୋଗୁ ପ୍ରଗତିବାଦୀ ଏକ ସାପ୍ତାହିକରୁ ଦୈନିକ ଖବରକାଗଜରେ ପରିଣତ ହୋଇ ନିଜର ସ୍ଥିତିକୁ ମଜଭୁତ କରିପାରିଛି। ପ୍ରଗତିବାଦୀ ପକ୍ଷରୁ ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପ୍ରଦ୍ୟୁମ୍ନ ବଳ ରିଲିଫ୍‌ କମିଟି ଗଠନ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଧନ୍ୟବାଦ ଜଣାଇଥିଲେ। ବର୍ତ୍ତମାନ ସମାଜ ଆଗକୁ ବଢୁଛି। ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଘଟୁଛି। ପରିବର୍ତ୍ତନ ସହ ମୂଲ୍ୟବୋଧର ସୁରକ୍ଷା ପ୍ରତି ଧ୍ୟାନ ଦେଲେ ଏହା ସମସ୍ତଙ୍କ ପାଇଁ ଉପଯୋଗୀ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଅବସରରେ ବିଶିଷ୍ଟ ସମାଜସେବୀ କ୍ରିଷ୍ଣାରାଣୀ ବୋଷଙ୍କୁ ‘ପ୍ରଦ୍ୟୁମ୍ନ ବଳ ସମ୍ମାନ’ ପ୍ରଦାନ କରାଯାଇଥିବାବେଳେ ୧୦ଜଣ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।
ବିଶିଷ୍ଟ ଅତିଥିଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦ୍ୟୁମ୍ନ ବଳଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ କହିଥିଲେ। ମୁଖ୍ୟବକ୍ତା ଭାବେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଓ ସମ୍ମାନିତ ଅତିଥିଭାବେ ନଗର ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇଥିଲେ। ପ୍ରଦ୍ୟୁମ୍ନ ବଳ ମେମୋରିଆଲ ଟ୍ରଷ୍ଟର ଟ୍ରଷ୍ଟି ତଥା ଏମ୍‌ପି ଡ. ଅଚ୍ୟୁତ ସାମନ୍ତ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିବାବେଳେ ପ୍ରଗତିବାଦୀର ଡାଇରେକ୍ଟର ଡ. ମୋନାଲିସା ବଳ ଧନ୍ୟବାଦ ଦେଇଥିଲେ। ଶରଣାରବିନ୍ଦ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତା ଆକ୍ରମଣରେ ମହିଳାଙ୍କ ଗୋଡ଼ ଦୁଇଖଣ୍ଡ

ସାତମାଇଲ, ୨୦।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡରେ ହାତୀ-ମଣିଷ ସଂଘର୍ଷରେ ଲାଗୁନାହିଁ ଅଙ୍କୁଶ। ଶୌଚ ହେବାକୁ ଯାଇଥିବାବେଳେ ହିଂସ୍ର ଦନ୍ତା କଚାଡ଼ି ଦେବାରୁ ନୂଆବଗ ପଞ୍ଚାୟତ...

କାଣୀ ନଦୀବନ୍ଧରେ ଶହେ ଫୁଟର ଘାଇ

ଯାଜପୁର ଅଫିସ/ଦଶରଥପୁର/ଝୁମ୍ପୁରୀ,୧୭ା୮(ଡି.ଏନ.ଏ.): ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଏହାର ଶାଖା ନଦୀ କାଣୀରେ ୧ଶହ ଫୁଟ ଲମ୍ବର ଏକ ଘାଇ ସୃଷ୍ଟି...

ଆରମ୍ଭ ହେଲା ଘୋଷଯାତ୍ରା: ଭକ୍ତମୟ ପୁରୀ; ପହଣ୍ଡି ବିଜେରେ ଆସିଲେଣି ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପଛରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୪।୭: ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ଥିଲା ମହାପ୍ରଭୁଙ୍କୁ ଅପେକ୍ଷା। ଶେଷରେ ଅପେକ୍ଷାର ଅନ୍ତ ଘଟାଇ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସୁଛନ୍ତି...

ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ...

ନୀଳଗିରି ବିଧାୟକଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୮।୬:  ବାଲେଶ୍ୱର ଜିଲାର ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ବିରୋଧରେ ସୋମବାର ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ସିଂହଦ୍ୱାର ଥାନାରେ ଏତଲା...

ଭୋଟ ଗଣତି ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନ ପକ୍ଷଭୁକ୍ତ ହୋଇ ଶାସକ ଦଳକୁ ଜିତାଇବାର ନୂଆ ଫନ୍ଦି କରିଛନ୍ତି। ଏହା ପଞ୍ଚାୟତ ଆଇନର ସମ୍ପୂର୍ଣ୍ଣ ବିରୁଦ୍ଧାଚରଣ କରୁଛି। ଶାସକ...

ଓଡ଼ିଶା ଆସିପାରନ୍ତି ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ବର,୧୭।୫(ବ୍ୟୁରୋ) : କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓଡ଼ିଶା ଆସିପାରନ୍ତି ବୋଲି ଏ ସମ୍ପର୍କରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। କଂଗ୍ରେସ ଦଳର...

ଜେଇଇ(ମେନ୍‌)-୧: ଦିବ୍ୟାଂଶୁ ରାଜ୍ୟ ଟପ୍ପର

ଭୁବନେଶ୍ୱର, ୮।୮(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ ପକ୍ଷରୁ ସୋମବାର ଜେଇଇ(ମେନ୍‌) ପେପର-୧ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ୨୪ଜଣ ଛାତ୍ରୀଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍‌ ରଖି...

Advertisement
Archives

Model This Week