ମୁହଁ ଖୋଲିଲେ ପ୍ରଫୁଲ୍ଲ, ବିଜେଡି ପରିଚାଳନାକୁ ନେଇ ସିଧା ଟାର୍ଗେଟ୍‌ କରି କହିଲେ ଆଗକୁ ଦଳ ଯଦି…

ଭୁବନେଶ୍ୱର,୧୧ା୯: ଦିନକୁ ଦିନ ବିଜେଡିରେ ଅନ୍ତର୍ଦ୍ୱନ୍ଦ୍ୱ ବଢ଼ିବାରେ ଲାଗିଛି। ଦଳର ବରିଷ୍ଠ ନେତାମାନେ ଜଣଙ୍କ ପରେ ଜଣେ ସେମାନଙ୍କ ରୋଷ ଝାଡୁଛନ୍ତି। ପୂର୍ବରୁ ଦେବାଶିଷ, ରଣେନ୍ଦ୍ର, ଅରୁଣ, ଭୂପିନ୍ଦରଙ୍କ ପରେ ଏବେ ମୁହଁ ଖୋଲିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ବିଜେଡି ପରିଚାଳନାକୁ ନେଇ ପ୍ରଫୁଲ୍ଲ ସିଧା ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି।

ସେ କହିଛନ୍ତି, ଆଗକୁ ଯଦି ଦଳ ଠିକ୍‌ ଭାବେ ନ ଚାଲେ ତା’ହେଲେ ଦଳଠୁ ଦୂରେଇ ଯିବି। ମୁଁ ଏବେ ବିଜେଡିରେ ଅଛି, କିନ୍ତୁ ସାଂଗଠନିକ କାର୍ଯ୍ୟରେ ଯୋଗ ଦେଉନି। ବିଜେଡି ସଠିକ ଭାବେ ବିରୋଧୀଦଳ ଭୂମିକା ନିର୍ବାହ କରୁନାହିଁ। ପୂର୍ବ ବିଚାରଧାରାରେ ଦଳ ନାହିଁ। ଦଳକୁ ସଂଗଠିତ କରିବାକୁ PAC, ଶୃଙ୍ଖଳା କମିଟି ପାଇଁ କହିଥିଲୁ, ହୋଇଛି ମାତ୍ର ଅନ୍ୟ ପ୍ରସ୍ତାବଗୁଡ଼ିକ ଦଳରେ ଗ୍ରହଣ କରାଯାଇନାହିଁ। ମୋ’ ସହିତ କେହି ଆଲୋଚନା କରି ନାହାନ୍ତି କି ମୁଁ କାହାକୁ ଭେଟିନି। ନୂଆ ବିଜେଡି ଗଠନ ପାଇଁ ଏବେ ସମୟ ନୁହେଁ, ପୁରୁଣାର ସଠିକ୍‌ ପରିଚାଳନା ହେବା ଦରକାର ବୋଲି ପ୍ରଫୁଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri