ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା ସହର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନ ପରିସରରେ ପଥ ମହୋତ୍ସବ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଅବସରରେ ଶନିବାର ପ୍ରଗତି ଅନୁଷ୍ଠାନର ମୁଖ୍ୟ ଇଂ ଅଜୟ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆନ୍ତର୍ଜାତିକ ଫେସନ ଡିଜାଇନର ସୁଜିତ ମେହେରଙ୍କୁ ବନମାଳୀ ପଣ୍ଡା ଯୁବ ପ୍ରତିଭା ସମ୍ମାନ, ବିଶିଷ୍ଟ କବି ଓ ଅବସରପ୍ରାପ୍ତ ଶିକ୍ଷକ ବିପିନ ବିହାରୀ ବିଶିଙ୍କୁ ବନମାଳୀ ପଣ୍ଡା ସାହିତ୍ୟ ସମ୍ମାନ, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କରଙ୍କୁ ବନମାଳୀ ପଣ୍ଡା ଶିକ୍ଷା ସମ୍ମାନ ଓ ଭୁବନେଶ୍ୱର ବେହେରା ମେମୋରିୟାଲ ୟୁଥ ଅର୍ଗାନାଇଜେସନକୁ ବନମାଳୀ ପଣ୍ଡା ସେବା ସମ୍ମାନରେ ସମ୍ମାନିତ କରାଯିବା ପାଇଁ ନିଷ୍ପତ୍ତି ନିଆ ଯାଇଥିଲା । ପ୍ରସ୍ତୁତି ବୈଠକରେ କଂସେପ୍ଟ ସ୍କୁଲର ଅଧ୍ୟକ୍ଷ ଚିନ୍ମୟ ଗୁରୁ, ହାୟର ସେକେଣ୍ଡାରୀ ସ୍କୁଲର ଅଧ୍ୟକ୍ଷ ଶେଷଦେବ ମୁଣ୍ଡ, କଲିଜିଏଟ ସ୍କୁଲର ପ୍ରଧାନ ଶିକ୍ଷକ ଲୋକନାଥ ଖଡ଼ିକାର, ଡିଗ୍ରୀ କଲେଜ ଉପାଧ୍ୟକ୍ଷ ଡ଼. ଦେବାଶିଷ ସେନ, ଜୁନିଅର ଉଇଙ୍ଗସ ଅଧ୍ୟକ୍ଷା ଅର୍ସିଆ ସାଏଲା, ପ୍ରଶାସନିକ ଅଧିକାରୀ ପ୍ରଣବ କୁମାର ପଣ୍ଡା, ଲକ୍ଷ୍ମୀକାନ୍ତ ବେହେରା, ରମେଶ ମେହେର, ଅଶୋକ କୁମାର ସାହୁ, ଜୟଦ୍ରଥ ସୁନା, ମାନସ ରଞ୍ଜନ ପଣ୍ଡା ପ୍ରମୂଖ ଉପସ୍ଥିତ ଥିଲେ । ଏହି ପଥ ମହୋତ୍ସବରେ ପ୍ରଗତି ଶିକ୍ଷାନୁଷ୍ଠାନର ଛାତ୍ରୀ ଛାତ୍ରମାନଙ୍କ ଦ୍ୱାରା ଯୋଗ, ତାଇକୋଣ୍ଡୋ, ପେଣ୍ଟିଂ, ରଙ୍ଗୋଲି, ନୃତ୍ୟ, ଗୀତ, କବିତା ଆବୃତ୍ତି, ବ୍ୟାଡମିଣ୍ଟନ, କବାଡି, ଭଲିବଲ, ଚେସ, କେରମ, ଫ୍ୟାନସି ଡ୍ରେସ, ବିଜ୍ଞାନ ମେଳା ଓ ବୈଷୟିକ ଶିକ୍ଷା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବାର ଧାର୍ଯ୍ୟ କରାଯାଇଛି । ସେହିପରି ଏହି ଅବସରରେ କଳାହାଣ୍ଡି ଜିଲାର ସୁନାମଧନ୍ୟ ପ୍ରସିଦ୍ଧ କବି ଓ କବୟିତ୍ରୀମାନଙ୍କୁ ନେଇ ସ୍ୱରଚିତ କବିତା ଆବୃତ୍ତି କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri