Posted inଖେଳ

ଆଇପିଏଲ୍‌ ଗଭର୍ନିଂ କାଉନ୍ସିଲକୁ ପ୍ରଜ୍ଞାନ ମନୋନୀତ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.)- ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସିଏ)ର ପ୍ରତିନିଧିଭାବେ ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ୍‌କୁ ମନୋନୀତ ହୋଇଛନ୍ତି ଭାରତର ତାରକା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ର ଗୋଟିଏ ଦିନ ପୂର୍ବରୁ ପ୍ରଜ୍ଞାନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ଗୁରୁବାର ବିସିସିଆଇର ୮୯ତମ ଏଜିଏମ୍‌ ଅହମ୍ମଦାବାଦରେ ଅନୁଷ୍ଠିତ ହେବ। ବିସିସିଆଇ ସମ୍ବିଧାନ ଅନୁସାରେ ଆଇସିଏ ପ୍ରତିବର୍ଷ ଜଣେ ଖେଳାଳିଙ୍କୁ ଆଇପିଏଲ୍‌ ଗଭର୍ନିଂ କାଉନ୍ସିଲକୁ ପଠାଇବ। ପୂର୍ବତନ ଭାରତୀୟ ଖେଳାଳି ସୁରିନ୍ଦର ଖାନ୍ନା ଏହା ପୂର୍ବରୁ ଆଇସିଏ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ସୁରିନ୍ଦର ନିଜ ଦାୟିତ୍ୱକୁ ସୁଚାରୁରୂପେ ସମ୍ପାଦନ କରିଥିଲେ। ଆମେ ନୂଆ ବ୍ୟକ୍ତିଙ୍କୁ ସୁଯୋଗ ଦେବାକୁ ଚାହୁଁଛୁ। ତେଣୁ ଆଇସିଏ ନିର୍ଦ୍ଦେଶକମାନେ ପ୍ରଜ୍ଞାନଙ୍କୁ ମନୋନୀତ କରିଛନ୍ତି ବୋଲି ଏହାର ସଭାପତି ଅଶୋକ ମାଲହୋତ୍ରା ପ୍ରକାଶ କରିଛନ୍ତି। ବାମହାତୀ ସ୍ପିନର ପ୍ରଜ୍ଞାନ ଚଳିତବର୍ଷ ଫେବୃୟାରୀରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ତାଙ୍କ ବ୍ୟତୀତ ବ୍ରିଜେଶ ପଟେଲ ଓ ଖୈରୁଲ ଜମଲ ମଜୁମଦାର ଆଇପିଏଲ ଗଭର୍ନିଂ କାଉନ୍ସିଲର ଅନ୍ୟତମ ସଦସ୍ୟ ଅଛନ୍ତି। ୩୪ ବର୍ଷୀୟ ପ୍ରଜ୍ଞାନ ୨୦୧୩ରେ ଶେଷଥରପାଇଁ ସଚିନ ତେନ୍ଦୁଲକରଙ୍କ ବିଦାୟ କାଳୀନ ଟେଷ୍ଟ ମ୍ୟାଚ ମୁମ୍ବାଇରେ ଖେଳିଥିଲେ। ହାଇଦ୍ରାବାଦ ପକ୍ଷରୁ ପ୍ରଥମଶ୍ରେଣୀ କ୍ରିକେଟ ଖେଳିଥିବା ଏହି ଓଡ଼ିଆ ଖେଳାଳି ୨୦୦୯ରୁ ୨୦୧୩ ମଧ୍ୟରେ ୨୪ ଟେଷ୍ଟ ଖେଳି ୧୧୩ଟି ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri