Posted inଖେଳ

ପ୍ରଜ୍ଞାନନ୍ଦ-କାର୍ଲସେନ୍‌ ପ୍ରଥମ ଗେମ୍‌ ଡ୍ର

ବାକୁ (ଆଜରବୈଜାନ),୨୩ା୮ (ପି.ଟି.): ବିଶ୍ୱର ନମ୍ବର ଓ୍ବାନ ମାଗ୍ନସ କାର୍ଲସେନଙ୍କ ବିପକ୍ଷ ଫିଡେ ବିଶ୍ୱକପ୍‌ ଚେସ୍‌ ଟୁର୍ନାମେଣ୍ଟ ଫାଇନାଲର ପ୍ରଥମ କ୍ଲାସିକାଲ ଗେମ୍‌କୁ ଡ୍ର ରଖିବାରେ ସମର୍ଥ ହୋଇଛନ୍ତି ଭାରତୀୟ ଗ୍ରାଣ୍ଡମାଷ୍ଟର ଆର୍‌. ପ୍ରଜ୍ଞାନନ୍ଦ। ୧୮ ବର୍ଷୀୟ ଭାରତୀୟ ଗ୍ରାଣ୍ଡମାଷ୍ଟର ଧଳା ଦାନରେ ଏହି ଗେମ୍‌ ଖେଳିଥିଲେ। ସେ ତାଙ୍କଠାରୁ ଉଚ୍ଚ ରେଟିଂପ୍ରାପ୍ତ କାର୍ଲସେନଙ୍କ ବିପକ୍ଷ ଗେମ୍‌କୁ ୩୫ଟି ମୁଭରେ ଡ୍ର ରଖିଥିଲେ। ଫଳତଃ ନରଓ୍ବେ ଚେସ୍‌ ଖେଳାଳି ବୁଧବାର ଖେଳାଯିବାକୁଥିବା ଦୁଇ ମ୍ୟାଚ ବିଶିଷ୍ଟ କ୍ଲାସିକାଲ ସିରିଜର ଦ୍ୱିତୀୟ ଗେମ୍‌ ଧଳାଦାନରେ ଖେଳିବେ। ସୋମବାର ବିଶ୍ୱର ୩ ନମ୍ବର ଖେଳାଳି ଫାବିଆନୋ କାରୁଆନାଙ୍କ ବିପକ୍ଷରେ ୩.୫-୨.୫ରେ ଚମକପ୍ରଦ ବିଜୟ ହାସଲ କରି ପ୍ରଜ୍ଞାନନ୍ଦ ଫାଇନାଲରେ ପ୍ରବେଶ କରିଥିଲେ। କିମ୍ବଦନ୍ତୀ ବିଶ୍ୱନାଥନ ଆନନ୍ଦଙ୍କ ପରେ ବିଶ୍ୱକପ୍‌ ଫାଇନାଲ ଖେଳିବାରେ ୧୮ ବର୍ଷୀୟ ପ୍ରଜ୍ଞାନନ୍ଦ ହେଉଛନ୍ତି ଦ୍ୱିତୀୟ ଭାରତୀୟ। ଏହି ସ୍ବଳ୍ପ ବୟସ୍କ ଚେସ୍‌ ପ୍ରତିଭା ଇତିମଧ୍ୟରେ ୨୦୨୪ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri