Posted inଜାତୀୟ

ଜୁନ ୩୦ରେ ପ୍ରହାର ପାର୍ଟିର ୨ବିଧାୟକ ଏମ୍‌ଭିଏ ବିରୋଧରେ ଆଣିପାରନ୍ତି ଅନାସ୍ଥା ପ୍ରସ୍ତାବ

ମୁମ୍ବାଇ,୨୮।୬: ଗତ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଛି। ବର୍ତ୍ତମାନ ଏହା ଆଉ ଏକ ରାଜନୈତିକ ମୋଡ଼ ନେବାକୁ ଯାଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଜୁନ ୩୦ରେ ପ୍ରହାର ପାର୍ଟିର ୨ ଜଣ ବିଧାୟକ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି। ଆଗାମୀ ଦୁଇ ଦିନ ମହାରାଷ୍ଟ୍ର ରାଜନୀତି ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏସମ୍ପର୍କରେ ରାଜଭବନରୁ ସମୟ ନେବାକୁ ପ୍ରହାର ପାର୍ଟି ପ୍ରସ୍ତୁତି ଚଳାଇଛି। ବର୍ତ୍ତମାନ ଉଭୟ ବିଧାୟକ ସିନ୍ଧେ ଦଳ ସହ ଗୁଆହାଟିରେ ଅଛନ୍ତି। ଏଥିସହ ସୂତ୍ରରୁ ପ୍ରକାଶ ଯେ, ଭାଜପା ଏବଂ ଶିବସେନାର ବିଦ୍ରୋହୀ ବିଧାୟକମାନେ ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ମହାରାଷ୍ଟ୍ରରେ ପରବର୍ତ୍ତୀ ସରକାର ଗଠନ କରିପାରନ୍ତି। ଆଗାମୀ ସରକାର ଗଠନ ପାଇଁ ନେତାମାନେ ପୂର୍ବରୁ ସମସ୍ତ ବିଷୟରେ ଆଲୋଚନା କରିସାରିଛନ୍ତି। ଯଥା କ୍ୟାବିନେଟରେ ଭାଜପାର ୨୮ଜଣ ମନ୍ତ୍ରୀ ରହିବେ, ଯେଉଁଥିରେ ୨୬ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିବେ। ସେହିପରି କ୍ୟାବିନେଟରେ ସିନ୍ଧେ ଦଳର ୧୨ଜଣ ମନ୍ତ୍ରୀ ରହିବେ, ଯେଉଁଥିରେ ୧୦ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିବେ। ଏତଦ୍‌ ବ୍ୟତୀତ ୬ଜଣ ବିଧାୟକଙ୍କ ପାଇଁ ଗୋଟିଏ ମନ୍ତ୍ରୀ ପଦବୀ ରହିବ ବୋଲି ସୂତ୍ରରୁ ସୂଚନା ମିଳିଛି। ଏଥିପାଇଁ ଦେବେନ୍ଦ୍ର ଫଡ୍‌ନାବିସ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ସୂଚନାନୁସାରେ, ଭାଜପା ଏବଂ ଏକନାଥ ସିନ୍ଧେ ଏହି ନେତାମାନଙ୍କୁ ନିଜ କ୍ୟାବିନେଟରେ ନେବାକୁ ନିଷ୍ପତ୍ତି ନେଇଛନ୍ତି। ସିନ୍ଧେ ବିଦ୍ରୋହୀ ଦଳର ସମ୍ଭାବ୍ୟ ମନ୍ତ୍ରୀଙ୍କ ତାଲିକାରେ, ସମସ୍ତ ନିଲମ୍ବିତ ହୋଇଥିବା ୯ଜଣ ମନ୍ତ୍ରୀଙ୍କୁ ପୁନର୍ବାର ମନ୍ତ୍ରୀ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri