ସରକାରଙ୍କ ପଦକ୍ଷେପକୁ ପ୍ରଶଂସା

ଭୁବନେଶ୍ୱର, ୧୭ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବିଜେଡିର ସାମାଜିକ ଅନୁଷ୍ଠାନ ‘ଓଡିଶା ମୋ ପରିବାର’ ସମସ୍ତ ସାମାଜିକ କାର୍ଯ୍ୟକୁ ରାଜ୍ୟରେ ତ୍ୱରାନ୍ବିତ କରୁଛି। ଏହି ପରିପ୍ରେକ୍ଷୀରେ ଯୁବ ବିଜେଡି ରାଜ୍ୟ ସଭାପତି ବ୍ୟମକେଶ ରାୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବ୍ୟମକେଶ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ବିଜେଡିର ଓଡିଶା ମୋ ପରିବାରର ସମସ୍ତ ସାମାଜିକ କାର୍ଯ୍ୟ ଯଥା, ଜୀବନବିନ୍ଦୁ ରକ୍ତଦାନ, ପ୍ଲାଜମା ସଂଗ୍ରହ, କୋଭିଡ ସହାୟତା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯିବ। କୋଭିଡ ପରିଚାଳନା ସମୀକ୍ଷା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ଯୁବ ବ୍ୟାପାର ଦାୟିତ୍ୱରେ ଥିବା ପ୍ରଣବ ବଳବନ୍ତରାୟ କହିଛନ୍ତି, କୋଭିଡ-୧୯ର ପ୍ରଥମ ଏବଂ ଦ୍ୱିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଆଧାରରେ ରାଜ୍ୟ ସରକାର କୋବିଡ ହସ୍ପିଟାଲ ଠାରୁ ଆରମ୍ଭ କରି ଟିକାକରଣ ପର୍ଯ୍ୟନ୍ତ ସମସ୍ତ ପ୍ରକାର ପରିଚାଳନାରେ ଠିକ ନିଷ୍ପତ୍ତି ନେଇଛନ୍ତି। ଏହି ଅବସରରେ ସରକାରଙ୍କ ଦ୍ୱାରା ଗ୍ଲୋବାଲ ଅନଲାଇନ୍‌ ଟେଣ୍ଡର ମାଧ୍ୟମରେ ୩ କୋଟି ୮୦ ଲକ୍ଷ କୋଭିଡ ଟିକା କ୍ରମୟ କରିବାର କାର୍ଯ୍ୟକ୍ରମ ଆରମ୍ଭ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସେ ପ୍ରଶଂସା କରିଛନ୍ତି। ଏହି ସମୀକ୍ଷା ବୈଠକରେ ଅନ୍ୟ ଯୁବ ନେତାମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri