‘ଦୀକ୍ଷା’ରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଓଡ଼ିଶାକୁ ପ୍ରଶଂସା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରାଜ୍ୟଗୁଡ଼ିକରେ ଶିକ୍ଷା କ୍ଷେତ୍ରର ଅଗ୍ରଗତି ନେଇ କେନ୍ଦ୍ର ଶିକ୍ଷା ସଚିବ ଅନିତା କରୁଆଲ୍‌ ସମୀକ୍ଷା କରିଛନ୍ତି। ସୋମବାର ଭିଡିଓକନ୍‌ଫରେନ୍ସିଂରେ ସେ ସବୁ ରାଜ୍ୟର ଶିକ୍ଷା ସଚିବ ଓ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ଜାତୀୟ ବିଦ୍ୟାଦାନ କାର୍ଯ୍ୟକ୍ରମ ଅନ୍ତର୍ଗତ ‘ଦୀକ୍ଷା’ରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ କେନ୍ଦ୍ର ଶିକ୍ଷା ସଚିବ ଓଡ଼ିଶାକୁ ଉଚ୍ଚ ପ୍ରଶଂସା କରିଛନ୍ତି। ‘ବିଦ୍ୟାଦାନ’ କାର୍ଯ୍ୟକ୍ରମରେ ଶିକ୍ଷକଙ୍କଠାରୁ ‘ଇ’ ଶିକ୍ଷଣ ଭିଡିଓ ଆହ୍ବାନ କରାଯାଇଥିଲା। ଏଥିରେ ରାଜ୍ୟର ୧୫୫୩ ଶିକ୍ଷକ ଅଂଶଗ୍ରହଣ କରି ନିଜସ୍ବ ପ୍ରସ୍ତୁତ ଶିକ୍ଷଣ ଭିଡିଓ ବିଦ୍ୟାଦାନ ପୋର୍ଟାଲ୍‌ରେ ପ୍ରଦାନ କରିଥିଲେ। ରାଜ୍ୟସ୍ତରରେ ସମୀକ୍ଷା ପରେ ୧୦୦୭ଟି ଭିଡିଓ ଅନୁମୋଦିତ ହୋଇ ଦୀକ୍ଷାରେ ସଂଯୋଗ କରାଯାଇଛି। ସମ୍ପ୍ରତି ଦୀକ୍ଷାରେ ଶତପ୍ରତିଶତ ପାଠ୍ୟପୁସ୍ତକ କ୍ୟୁଆର୍‌ କୋଡ୍‌ ସହିତ ଉପଲବ୍ଧ ଥିବାବେଳେ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ ଶିକ୍ଷଣ ଭିଡିଓ ଉପଲବ୍ଧ ଅଛି। ଦୂରଦର୍ଶନ ଓ ରେଡିଓରେ ପ୍ରସାରିତ ଭିଡିଓ ଓ ଅଡିଓ ଶିକ୍ଷଣୀୟ ପାଠ୍ୟ ବିଷୟଗୁଡ଼ିକ ଦୀକ୍ଷାରେ ଉପଲବ୍ଧ କରାଯାଇଛି। ଏହି ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ଦ୍ୱାରା ସମଗ୍ର ଶିକ୍ଷା ଅଂଶ ପ୍ରଦାନ ଓ କେନ୍ଦ୍ର ସରକାରଙ୍କଠାରୁ ମିଳିଥିବା ଅର୍ଥ ବିନିଯୋଗ ପାଇଁ ଓଡ଼ିଶା ପ୍ରଶଂସିତ ହୋଇଥିଲା। ସେହିପରି ଜାତୀୟ ଶିକ୍ଷାନୀତି ୨୦୨୦ର କାର୍ଯ୍ୟକାରିତା ପାଇଁ ରାଜ୍ୟ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବା ସହ ରାଜ୍ୟ ଟାସ୍କଫୋର୍ସ ଗଠିତ ହୋଇଥିବାରୁ କେନ୍ଦ୍ର ସଚିବ ସନ୍ତୋଷ ପ୍ରକାଶ କରିଥିଲେ। ଆସନ୍ତା ଅକ୍ଟୋବର ୫ ସୁଦ୍ଧା ଜାତୀୟ ଶିକ୍ଷାନୀତି ପ୍ରଣୟନ ଉପରେ ମତାମତ ଦେବା ପାଇଁ ସେ ଅନୁରୋଧ କରିଥିଲେ।
ରାଜ୍ୟର ସମସ୍ତ ଶିକ୍ଷକ ଦୀକ୍ଷା ଆପ୍‌ ମାଧ୍ୟମରେ ଅକ୍ଟୋବର ୧ରୁ ‘ନିଷ୍ଠା’ ତାଲିମ ନେବା ପାଇଁ ଓସେପା ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ସୂଚନା ଦିଆଯାଇଥିଲା। ବିଭାଗୀୟ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଅଂଶଗ୍ରହଣ କରି ରାଜ୍ୟ ଶିକ୍ଷା କ୍ଷେତ୍ରରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ସଚିବଙ୍କୁ ଅବଗତ କରାଇଥିଲେ। ଏଥିସହିତ ଓଡ଼ିଶା ଠିକ୍‌ ସମୟରେ ଅର୍ଥ ବିନିଯୋଗ କରିସାରିଥିବାରୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଥମ କିସ୍ତି ପ୍ରଦାନ ପାଇଁ ଅନୁରୋଧ କରିଥିଲେ। ଏହି ବୈଠକରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri