Posted inଜାତୀୟ

ବଢିଲା ରେଭାନ୍ନାଙ୍କ ସମସ୍ୟା: ବଳାତ୍କାର ସମୟରେ ମହିଳାଙ୍କ କପଡ଼ାରୁ ମିଳିଥିଲା…ଡିଏନ୍‌ଏ ରିପୋର୍ଟରେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୬।୧୦: କର୍ନାଟକର ପୂର୍ବତନ ଏମ୍‌ପି ପ୍ରଜ୍ୱଲ ରେଭାନ୍ନାଙ୍କ ସମସ୍ୟା ବଢିବାରେ ଲାଗିଛି। ମୈଶୁରରେ ଥିବା ତାଙ୍କ ଫାର୍ମ ହାଉସରେ ଜଣେ ଚାକରାଣୀକୁ ବଳାତ୍କାର ମାମଲାର ତଦନ୍ତ କରୁଥିବା କର୍ନାଟକ ପୋଲିସର ଏସଆଇଟି ରେଭାନ୍ନାଙ୍କ ଡିଏନଏ ନମୁନା ମେଳ ଖାଉଛି ବୋଲି ଦାବି କରିଛି।

ରିପୋର୍ଟ ଅନୁଯାୟୀ, ରେଭାନ୍ନାଙ୍କ କେଶ ଏବଂ ଶରୀରର ତରଳ ପଦାର୍ଥର ଡିଏନଏ ନମୁନା ବଳାତ୍କାର ଦିନ ପିନ୍ଧିଥିବା ପୋଷାକ ସହିତ ମେଳ ଖାଇଛି। କର୍ନାଟକ ଫୋରେନସିକର ଏହି ରିପୋର୍ଟ ଜନତା ଦଳ ସେକ୍ୟୁଲାର୍‌ (ଜେଡିଏସ) ନେତାଙ୍କ ବିରୋଧରେ ଯୌନ ଦୁର୍ନୀତି ସମ୍ପର୍କିତ ମାମଲାର ତଦନ୍ତ କରୁଥିବା ଏସଆଇଟିକୁ ହସ୍ତାନ୍ତର କରାଯାଇଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ, ଡିଏନଏ ରିପୋର୍ଟର ଯାଞ୍ଚ ବେଳେ ଉଦ୍ଧାର ହୋଇଥିବା ପୋଷାକରେ ଅଭିଯୁକ୍ତ ଏବଂ ପୀଡ଼ିତାଙ୍କ ଡିଏନଏ ସହିତ ମେଳ ହୋଇଛି। ଫାର୍ମ ହାଉସରେ ଜଣେ ଚାକରାଣୀକୁ ଯୌନ ନିର୍ଯାତନା ମାମଲାରେ ରେଭାନ୍ନାଙ୍କ ଡିଏନଏ ମ୍ୟାଚ ହୋଇଥିବା ଦାବି କରାଯାଇଛି। କୁହାଯାଉଥିଲା ଯେ, ଝଗଡା ପରେ ପୀଡିତାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିଲା, କିନ୍ତୁ ସେ କ୍ୱାର୍ଟରରେ ନିଜ ପୋଷାକ ଛାଡି ଦେଇଥିଲେ। ଖୋଜାଖୋଜି ସମୟରେ ପୋଷାକ ଏବଂ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଥିଲା। ପୋଲିସ ସୂତ୍ରରୁ ପ୍ରକାଶ ଯେ ପୋଷାକର ଫୋରେନସିକ ଏବଂ ଡିଏନଏ ପରୀକ୍ଷା କରାଯାଇଥିଲା ଏବଂ ପୀଡିତା ପିନ୍ଧିଥିବା ପୋଷାକ ସହିତ ଅଭିଯୁକ୍ତଙ୍କ ଡିଏନଏ ମେଳ ଖାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri