ଗୋଟିଏ ପରେ ଗୋଟିଏ ସଫଳତା ସାଉଣ୍ଟି ଚାଲିଛନ୍ତି ପ୍ରଜ୍ଞାରାଣୀ: ଏବେ  ରାଷ୍ଟ୍ରପତି କଲେ ପୁରସ୍କୃତ     

ଦିଗପହଣ୍ଡି,୧୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ଵତୀ ଶିଶୁ ମନ୍ଦିର ୧୦ ମ ଶ୍ରେଣୀ ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡାଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନିତ କରିବା ସହ ପୁରସ୍କାର ପ୍ରଦାନ କରିଛନ୍ତି। ଟାଟା ବିଲଡିଙ୍ଗ ଇଣ୍ଡିଆ ସଂସ୍ଥା ପକ୍ଷରୁ ‘ ଦି ରୋଲ୍ ଅଫ୍ ୟୁଥ ଜେନେରେସନ ଟୁ ମେକ୍ ସ୍ୱଚ୍ଛ ଭାରତ’ ଶୀର୍ଷକ ଜାତୀୟ  ସ୍ତରୀୟ  ପ୍ରବନ୍ଧ ପ୍ରତିଯୋଗିତାରେ  ପ୍ରଜ୍ଞାରାଣୀ ପ୍ରଥମ ରନର୍ଷ ଅପ୍ ହୋଇଥିଲେ। ଗତ ରବିବାର  ଅପରାହ୍ନରେ ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ପୁରସ୍କାର ବିତରଣ  ଉତ୍ସବରେ ପ୍ରଜ୍ଞାରାଣୀ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ। ତାଙ୍କର ଏହି  ସଫଳତା ପାଇଁ ପରିବାର ତଥା ଦିଗପହଣ୍ଡି ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ତାଙ୍କର ଏହି ସଫଳତା ପାଇଁ ବାପା କାମନା ରଞ୍ଜନ ପଣ୍ଡା, ମା ବନିତା ପାତ୍ର, ଦାଦା ବାବୁଲା ପଣ୍ଡାଙ୍କ ସମ୍ପୂର୍ଣ୍ଣ ସହଯୋଗ ଓ ଜେଜେ ବାପା ଶମ୍ଭୁ ପଣ୍ଡାଙ୍କ ଆଶୀର୍ବାଦ ରହିଥିଲା ବୋଲି ସେ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଏହିକି ଯେ, ଗତ ୧୦ ମ ଶ୍ରେଣୀ ମାଟ୍ରିକ ପରୀକ୍ଷାରେ ପ୍ରଜ୍ଞାରାଣୀ ୯୩. ୮ ପ୍ରତିଶତ ମାର୍କ ହାସଲ କରି ସମଗ୍ର ଗଞ୍ଜାମ ଜିଲାରେ ଟପ୍ପର ହୋଇଛନ୍ତି ।ଶିଶୁ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି  ରାମଚନ୍ଦ୍ର ସାହୁ, ସମ୍ପାଦକ  ପ୍ରକାଶ ଚନ୍ଦ୍ର ପ୍ରଧାନ,  ପ୍ରଧାନାଚାର୍ଯ୍ୟ  ଭଗବତୀ ପ୍ରସାଦ ମିଶ୍ର ଓ ଷଷ୍ଠୀ ପ୍ରସାଦ ବିଷୋୟୀ ପ୍ରମୁଖ ଛାତ୍ରୀ ପ୍ରଜ୍ଞାରାଣୀଙ୍କ ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri