Posted inରାଜ୍ୟ

ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ଭାଂଜପରି ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି ତାଙ୍କୁ କଟକ ବାରବାଟୀରୁ ପ୍ରାର୍ଥୀ କରିଥିଲା। ପୂର୍ବରୁ ସେ ୨୦୧୪ରେ କଂଗ୍ରେସ ଟିକେଟ୍‌ରେ ସାଲେପୁରରୁ ଜିତିଥିଲେ।

ତେବେ ସେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ୨୦୧୯ ରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। ବେହେରା ମଧ୍ୟ ଭାଜପା ଟିକେଟରେ ସାଲିପୁରରୁ ୨୦୧୯ ବିଧାନସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। କିନ୍ତୁ ବିଜେଡିର ପ୍ରଶାନ୍ତ ବେହେରାଙ୍କ ନିକଟରୁ ପରାସ୍ତ ହୋଇଥିଲେ।

ପ୍ରକାଶ ତାଙ୍କର ଚିଠିରେ ଲେଖିଛନ୍ତି, ”ବହୁ ଚିନ୍ତା ପରେ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ସଦସ୍ୟ ପଦରୁ ଇସ୍ତଫା ଦେଉଅଛି। ଆପଣ ମୋତେ ବାରବାଟୀ-କଟକ ଭଳି ସମ୍ମାନଜନକ ଆସନରୁ ପ୍ରାର୍ଥୀ କରିଥିବାରୁ କୃତଜ୍ଞତା ଜଣାଉଅଛି ଓ ଆପଣଙ୍କ ନେତୃତ୍ୱକୁ ସମ୍ମାନ ଜଣାଉଛି। ଯେହେତୁ ମୁଁ ଜଣେ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ଵାସ ରଖୁଥିବା ଓ ଜନସାଧାରଣଙ୍କ ସମସ୍ୟା, ବିକାଶ ନାଶ ଓ ସଙ୍ଗଠନ ସହ ଯୋଡିହୋଇ ରହୁଥିବା ବ୍ୟକ୍ତିତ୍ୱ ତେଣୁ ଏଭଳି ନିଷ୍ପତି ନେବାକୁ ଉଚିତ ମନେ କଲି।

ବାରବାଟୀ- କଟକ ଜନତା ଅତି ସ୍ଵଳ୍ପ ସମୟ ମଧ୍ୟରେ ରେ ଯେଉଁଭଳି ଭାବେ ମୋତେ ସମର୍ଥନ ଦେଇଛନ୍ତି ସେଥିପାଇଁ ମୁଁ କୃତଜ୍ଞ । କଟକର ଜନସାଧାରଣ ଓ କର୍ମ କର୍ତ୍ତାମାନେ କଟକର ସମସ୍ୟା ବାବଦରେ ମୋର ଆବଶ୍ୟକ‌ତା ଯେତେବେଳେ ଅନୁଭବ କରି ବେ ମୁଁ ମୋର କର୍ତ୍ତବ୍ୟ ପ୍ରତିପାଦନ କରି ବାରେ ଅବହେଳା କରି ବି ନାହିଁ ।

ଟାଙ୍ଗୀ ସାଲେପୁରର ଗୁରୁଜନ, ଭାଇଭଉଣୀମାନେ ମୋର ସଂଘର୍ଷ ସହ ଦୀର୍ଘ ୨୫ ବର୍ଷ ହେବ ଯୋଡି ହୋଇ ରହିଛନ୍ତି ଓ ମୁଁ ସଦା ସର୍ବଦା ସେମାନଙ୍କର ଆଶୀର୍ବାଦ ଓ ସହଯୋଗ ପାଇ ଆସିଛି । ସେମାନଙ୍କ ସହ ସର୍ବଦ ର୍ବଦା ମୁଁ ଯୋଡି ହୋଇ ରହିଛି ଓ ସେମାନଙ୍କ ପ୍ରତି ମୋର କର୍ଭବ୍ୟରେ କେବେବି ଅବହେଳା କରି ନାହିଁ । ସାରାଜୀବନ ସେମାନଙ୍କ ଋଣ ଶୁଝି ବାକୁ ବାକୁ ଚେଷ୍ଟା କରିବି।

ବହୁ ଆଲୋଚନା ଓ ବିଚାର ବିମର୍ଷ ପରେ ନିସ୍ୱାର୍ଥପର ଭାବରେ ଟାଙ୍ଗୀ–ସାଲେପୁର ବାସୀ ସେବା କରିବା ପାଇଁ ମୁଁ ନିଷ୍ପତ୍ତି ନେଇଅଛି । ମୋର ଗୁରୁ ଜନ, ବନ୍ଧୁ, ଶୁଭେଛୁ, ଭାଇ ଇଭଉଣୀ କର୍ମ କର୍ତ୍ତାମାନଙ୍କ ସହ ଆଲୋଚନା କରି ପରବର୍ତ୍ତୀ କାଯ୍ୟପନ୍ଥା ସ୍ଥିର କରିବି।”


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri