ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ କରିବାକୁ ଭାଜପାରେ ଯୋଗ ଦେଇଥିଲି। ଦଳ ପକ୍ଷରୁ ତାଙ୍କୁ ଜିଲା ସଭାପତି ଭାବେ ଦାୟିତ୍ୱ ଦିଆଯାଇଥିଲା। ତୃଣମୂଳସ୍ତରରେ ସଙ୍ଗଠନକୁ ମଜଭୁତ କରିବାକୁ ଯେଉଁମାନଙ୍କର ପ୍ରମୁଖ ଭୂମିକା ଥିଲା ତାଙ୍କୁ ଦଳ ଭିତରେ ଅଣଦେଖା କରାଯାଉଥିଲା । କର୍ମକର୍ତ୍ତାଙ୍କ ମତକୁ ବିଭିନ୍ନ ଫୋରମରେ ରଖିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ତୃଣମୂଳସ୍ତରର କର୍ମୀଙ୍କୁ ସମ୍ମାନ ମିଳୁ ନ ଥିଲା ଏବଂ ଅଣଦେଖା କରାଯାଉଥିଲା।

ଜିଲା ସଭାପତି ଭାବେ ଏହା ମୋତେ ବାଧିଥିଲା। ଯେଉଁଥିପାଇଁ ଦଳରୁ ଇସ୍ତଫା ଦେଇଛି ବୋଲି ପ୍ରକାଶ କହିଛନ୍ତି। ଦଳ ଛାଡିବା ପରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ପରବର୍ତ୍ତୀ ନିଷ୍ପତ୍ତି ନେବି ବୋଲି ପ୍ରକାଶ ଗଣମାଧ୍ୟମକୁ କହିଛନ୍ତି। ନିର୍ବାଚନ ଲଢିବା ଏକ ଧର୍ମ ବୋଲି କହିଛନ୍ତି ପ୍ରକାଶ। ଅନ୍ୟପକ୍ଷେ ଖୁବଶୀଘ୍ର ପ୍ରକାଶ ନିଜ ପରବର୍ତ୍ତୀ ରାଜନୈତିକ ନିଷ୍ପତ୍ତି ନେବେ ବୋଲି ଜଣାପଡିଛି। ଏପରିକି ପ୍ରକାଶ ବିଜେଡିରେ ସାମିଲ ହୋଇପାରନ୍ତି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri