ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ପ୍ରକାଶ ବେହେରା। ବାରବାଟୀ-କଟକ ବିଜେଡିର ବୈଠକ ସମୟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପ୍ରକାଶ କହିଛନ୍ତି, ଅପରାଧର ଗନ୍ତାଘର ପାଲଟିଛନ୍ତି ମୋକିମ। ସେ ନିଜ ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ଏପରି ଗୋଟି ଚଳାଇଛନ୍ତି। ଯେପରି ନୂଆ ବୋତଲ ଓ ପୁରୁଣା ମଦର କଥା, ଠିକ ସେପରି ଏହି କାର୍ଡ ଖେଳିଛନ୍ତି ମୋକିମ। କଟକର ସ୍ବାଭିମାନ, ଭାଇଚାରା ଓ କଟକିଆ କହୁଥିବା ଲୋକଙ୍କୁ ପଚାରିବାକୁ ଚାହିଁବି ଯେ ମୋକିମ କେଉଁଭଳି କଟକିଆର ଦ୍ୱାହି ଦେଉଛନ୍ତି ଯିଏ କି, ଦୁଇ ଦୁଇ ଥର ବିଧାୟକ ହେବା ନେଇ ଅଯୋଗ୍ୟ ଘୋଷଣା କରାଯିବା ଏବଂ ଆପରାଧିକ ମାମଲାରେ ସୁପ୍ରିମକୋର୍ଟ ରାୟ ସ୍ଥଗିତ ନ କରିବା ପରେ ମଧ୍ୟ ଏଥିରୁ ନ ଓହରି ମହିଳା କାର୍ଡ଼ ଖେଳୁଛନ୍ତି। ଗଣତନ୍ତ୍ରରେ ଏହା ଶୋଭନୀୟ ନୁହେଁ। ପୂର୍ବ ନିର୍ବାଚନରେ ମୋକିମଙ୍କ ପାଇଁ ତାଙ୍କ ଝିଅ ପ୍ରଚାର କରୁଥିଲେ। ତେଣୁ ସେ ସମୟରେ ଡବଲ ଇଞ୍ଜିନ କାମ କରୁଥିଲା। ସେତେବେଳେ ବଡ଼ ଇଞ୍ଜିନ ପଛରେ ଛୋଟ ଇଞ୍ଜିନ କାମ କରୁଥିଲା। ହେଲେ ଏବେ ଓଲଟା ହୋଇଛି। ଛୋଟ ଇଞ୍ଜିନ ପଛରେ ବଡ଼ ଇଞ୍ଜିନ କାମ କରିବ। ଏଥିରେ କୌଣସି ତଫାତ୍‌ ନାହିଁ ବୋଲି ପ୍ରକାଶ କହିଛନ୍ତି। ଏହି କଟାକ୍ଷକୁ ନେଇ କଟକ ରାଜନୀତି ସରଗରମ ହୋଇଛି। ଉଲ୍ଲେଖଥାଉ କି, ମଙ୍ଗଳବାର ମୋକିମ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଯେ, ପ୍ରକାଶ ବେହେରା କଂଗ୍ରେସରେ ଥିବା ସମୟରୁ ତାଙ୍କ ସହ ସମ୍ପର୍କ ରହିଛି। ଏପରିକି ବ୍ୟକ୍ତିଗତ ସମ୍ପର୍କ ମଧ୍ୟ ଭଲ। ହେଲେ ପ୍ରକାଶ କଟକିଆ ନୁହନ୍ତି। ଅନ୍ୟପକ୍ଷରେ ବ୍ୟକ୍ତିଗତ ସମ୍ପର୍କ ଓ ରାଜନୀତି ସମ୍ପର୍କ ପ୍ରସଙ୍ଗ ସାଧାରଣରେ ଆଲୋଚନାର ବିଷୟ ପାଲଟିଛି। ତେବେ ଏନେଇ ମୋକିମଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri