୫ କୋଟି ଟଙ୍କାର ମାନହାନି ମୋକଦ୍ଦମା ଦାୟର କଲେ ପ୍ରକୃତି, ୟୁଟ୍ୟୁବ୍‌ ବି ପକ୍ଷଭୁକ୍ତ

ଭୁବନେଶ୍ୱର,୨୪।୮(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ତେଜିଛି ଓଲିଉଡ ସୁପରଷ୍ଟାର ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ବିବାଦ। ବୁଧବାର ଭୁବନେଶ୍ୱର କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର। ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଓ ତାଙ୍କ ଶ୍ୱଶୁର ଲଳିତ ଶତପଥୀଙ୍କ ନାମରେ ୫ କୋଟି ୧୦ ଲକ୍ଷ ଟଙ୍କାର ମାନହାନୀ ମୋକଦ୍ଦମା ଦାୟର କରିଛନ୍ତି । ଏଥିରେ ମଧ୍ୟ ସୋସିଆଲ ମିଡିଆ ୟୁଟ୍ୟୁବକୁ ପକ୍ଷଭୁକ୍ତ କରାଯାଇଛି। ୟୁଟ୍ୟୁବରେ ପ୍ରକୃତିଙ୍କୁ ନେଇ ଅନେକ ପ୍ରକାରର ଅପମାନଜନକ ଭିଡିଓ ଥିବାରୁ ଉକ୍ତ ସଂସ୍ଥାକୁ ପକ୍ଷଭୁକ୍ତ କରାଯାଇଛି। ୟୁଟ୍ୟୁବରୁ ଏହି ସବୁ ଭିଡିଓ ହଟାଇବାକୁ ଆବେଦନରେ କୁହାଯାଇଛି।

ସୂଚନାଯୋଗ୍ୟ, ଗତ ମାସ ଜୁଲାଇ ୨୩ରେ ଅଭିନେତ୍ରୀ ପ୍ରକୃତି ମିଶ୍ର ଓ ବାବୁଶାନ ଗାଡ଼ିରେ ଯାଉଥିବା ବେଳେ ସେମାନଙ୍କୁ ତୃପ୍ତି ଅଟକାଇ ମାଡ଼ ମାରିଥିଲେ। ଏହି ସମୟର ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାକୁ ନେଇ ପ୍ରକୃତିଙ୍କ ବାପା ମା’ ଖାରବେଳନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏତଲାରେ ତୃପ୍ତି ଓ ତୃପ୍ତିଙ୍କ ବାପାଙ୍କ ନାଁରେ ଅଭିଯୋଗ ରହିଥିଲା। ଏହି ଏତଲା ଦେବା ପରେ ବି କମିଶନରେଟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ପ୍ରକୃତି ମଙ୍ଗଳବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁଇଦିନ ମଧ୍ୟରେ ଆଉ ଏକ ଲଘୁଚାପ: ଚଳିତ ସପ୍ତାହ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୯: ମିଆଁମାରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଘୂର୍ଣ୍ଣିବଳୟଟି ବାଂଲାଦେଶ ଉପକୂଳ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର...

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ...

କଠୋର ହେଲା ପ୍ରଶାସନ, ଶିଳ୍ପନଗରୀରେ ବାଜିବନି ଡିଜେ

ତାଳଚେର,୧୨ା୯(ମନୋଜ ନନ୍ଦ): ଶିଳ୍ପ ନଗରୀ ତାଳଚେରରେ ବାଜି ପାରିବନି ଡିଜେ ସାଉଣ୍ଡ। ଶିଳ୍ପ ନଗରୀ ତାଳଚେରରେ ବର୍ତ୍ତମାନ ଗଣେଶ ପୂଜା ଚାଲିଥିଲା ବେଳେ ଚଳିତ ମାସର...

୫୭ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ ଲକ୍ଷ୍ୟ, ଆଜିସୁଦ୍ଧା ୧୩ ହଜାର ପଞ୍ଜୀକୃତ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୁଭଦ୍ରା ଯୋଜନା ପାଇଁ ବିଭିନ୍ନ ସ୍ଥାନରେ ମହିଳାଙ୍କ ଭିଡ଼ ଦେଖିବାକୁ ମିଳିଛି। ରାଜ୍ୟରେ ନୂଆ ସରକାରଙ୍କ...

ମୋହନ ସରକାରଙ୍କ ବଡ଼ ଘୋଷଣା, ଆଦାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଭୁବନେଶ୍ୱର,୧୨।୯: ଶେଷ ହୋଇଛି କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍‌ରେ ବସିଥିବା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ...

ଅଗ୍ନିବୀରଙ୍କ ପାଇଁ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି: ବର୍ଷେ ଟ୍ରେନିଂ, ୪ ବର୍ଷ ଚାକିରି ପରେ ବି…

ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଗୁରୁବାର କ୍ୟାବିନେଟ୍‌ରେ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ୟାବିନେଟ୍‌...

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ମା’-ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ ଚାକିରି

ଭୁବନେଶ୍ୱର,୧୨।୯: ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri