ଭୁବନେଶ୍ୱରରେ ପ୍ରାମା ବ୍ରାଣ୍ଡ୍‌ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୫।୨: ଦେଶର ପ୍ରମୁଖ ସ୍ବଦେଶୀ ସୁରକ୍ଷା ଏବଂ ନିରୀକ୍ଷଣ ଉତ୍ପାଦ ଉତ୍ପାଦନକାରୀ କମ୍ପାନୀ ପ୍ରାମା ଇଣ୍ଡିଆ ପ୍ରା.ଲିଃ.ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ସହଯୋଗୀ ସଂସ୍ଥା କିରେଷ୍ଟୁ ସ୍ମାର୍ଟ ପ୍ରୋ ସହ ମିଳିତ ଭାବେ ଭୁବନେଶ୍ୱରଠାରେ ଏହାର ବ୍ରାଣ୍ଡ୍‌ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ବିଶେଷକରି ଓଡ଼ିଶା ବଜାରରେ କମ୍ପାନୀର ବଜାର ପ୍ରବେଶ ସାଙ୍ଗକୁ ଭିଡିଓ ସୁରକ୍ଷା ଉତ୍ପାଦ ଏବଂ ସମାଧାନର ବ୍ୟାପକ ପରିସର ଉପଲବ୍ଧ କରାଇଛି। ଏହି ଅବସରରେ କମିଶନରେଟ ପୋଲିସର ବରିଷ୍ଠ ପୋଲିସ ଅଧିକାରୀ ତଥା ଏସିପି ବିଷ୍ଣୁ ପ୍ରସାଦ ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉଭୟ ସଂସ୍ଥାର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ପ୍ରମା ଇଣ୍ଡିଆ ପ୍ରା.ଲିଃ.ର ଏମ୍‌ଡି ତଥା ସିଇଓ ଆଶିଷ ପି. ଧକନ କହିଛନ୍ତି, ଉକ୍ତ ଷ୍ଟୋର ଖୋଲିବା ସହ ଇଭେଣ୍ଟ ଅଂଶୀଦାରମାନଙ୍କ ପାଇଁ ଆମର ଦୀର୍ଘକାଳୀନ ଧ୍ୟାନ ଏବଂ ପ୍ରତିବଦ୍ଧତାକୁ ସୂଚିତ କରିଛି। ବିଶେଷକରି ପ୍ରାମା ଇଣ୍ଡିଆ ସହ ଜଡ଼ିତ ସମସ୍ତ ସୁରକ୍ଷା ବୃତ୍ତିଗତଙ୍କ ପାଇଁ ଏହା ଏକ ବିଶେଷ ମୁହୂର୍ତ୍ତ ବୋଲି ସେ ମତପ୍ରକାଶ କରିଛନ୍ତି। ସେହିଭଳି କିରେଷ୍ଟୁ ସ୍ମାର୍ଟ ପ୍ରୋ ପ୍ରାଇଭେଟ ଅନିଲ କୁମାର ସାହୁ କହିଛନ୍ତି, ପ୍ରାମା ଇଣ୍ଡିଆ ସହ ମିଳିତ ଭାବେ ଭୁବନେଶ୍ୱରର ପ୍ରଥମ ପ୍ରାମା ବ୍ରାଣ୍ଡ୍‌ ଷ୍ଟୋରକୁ ଉନ୍ମୋଚନକରି ଆମେ ବେଶ୍‌ ଖୁସି ଅଛୁ। ଏପରିକି ଆମର ସମସ୍ତ ଅଂଶୀଦାର ମଧ୍ୟ କମ୍ପାନୀର ଉକ୍ତ ବ୍ରାଣ୍ଡ୍‌ ଷ୍ଟୋରରେ ସ୍ବଦେଶୀ ଉତ୍ପାଦିତ ପ୍ରାମା ସୁରକ୍ଷା ଉତ୍ପାଦର ବ୍ୟାପକ ପରିସରକୁ ଅନୁଭବ କରିପାରିବେ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri