କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଲେ ପ୍ରମିଳା, ମୁଖ୍ୟମନ୍ତ୍ରୀଙ୍କୁ କହିଦେଲେ ବଡ଼କଥା

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ଏନେଇ କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଛନ୍ତି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।

ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ପଏଣ୍ଟ ଅଫ ଅର୍ଡର ଉଠାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରମିଳା। ସେ କହିଛନ୍ତି,କଂଗ୍ରେସର ଆଚରଣ, ଉଚ୍ଚାରଣ ଆମର ପସନ୍ଦ ନୁହେଁ। କିନ୍ତୁ ଆପଣ ଯେଉଁ ଆକ୍ସନ ନେଲେ ଏହା ଗ୍ରହଣୀୟ ନୁହେଁ। ଆଲୋଚନା କରିପାରିଥାନ୍ତେ ହେଲେ ଆପଣ କାର୍ଯ୍ୟାନୁଷ୍ଠାନ ନେଲେ। ଏ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ ମୁହଁ ଖୋଲନ୍ତୁ।

ସେହିପରି କଂଗ୍ରେସ ବିଧାୟକ ତାରା ବାହିନୀପତି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରାଯାଇଛି, ଇତିହାସ ହୋଇ ରହିବ। ବରଦାସ୍ତ କରିବୁନି, ଭୟ କରୁନୁ, ଲଢ଼େଇ କରିବୁ। ପିସିସି ସଭାପତି, ନେତା ଯାହା ନିଷ୍ପତ୍ତି ନେବେ ସେଇଆ କରିବୁ। ଆମ ଆଚରଣ ଯଦି ଅଶୋଭନୀୟ, ଗତ ୫ ବର୍ଷରେ କଣ କରିଥିଲେ। ୨୭ରେ ବିଧାନସଭା ଘେରାଉ କରିବୁ, ଜୋରଦାର ଲଢ଼େଇ କରିବୁ।

ସୂଚନାଥାଉ କି, ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସ ସଦସ୍ୟ ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, କାଡ୍ରାକା ଆପଲ ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା, ସୋଫିଆ ଫିର୍ଦ୍ଦୋସ, ମଙ୍ଗୁ ଖିଲ ଓ ନୀଳମାଧବ ହିକକାଙ୍କୁ ନିଲମ୍ବନ କରାଯାଇଛି।

ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ।କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ। ତେବେ ନିଲମ୍ବନ ପରେ ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri