କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଲେ ପ୍ରମିଳା, ମୁଖ୍ୟମନ୍ତ୍ରୀଙ୍କୁ କହିଦେଲେ ବଡ଼କଥା

ଭୁବନେଶ୍ୱର,୨୫।୩: କଂଗ୍ରେସର ୧୨ବିଧାୟକଙ୍କୁ ବିଧାନସଭାରୁ ନିଲମ୍ବନ କରାଯାଇଛି। ଯାହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ଏନେଇ କଂଗ୍ରେସ ବିଧାୟକଙ୍କ ପାଇଁ ବାହାରିଛନ୍ତି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।

ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି। ପଏଣ୍ଟ ଅଫ ଅର୍ଡର ଉଠାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରମିଳା। ସେ କହିଛନ୍ତି,କଂଗ୍ରେସର ଆଚରଣ, ଉଚ୍ଚାରଣ ଆମର ପସନ୍ଦ ନୁହେଁ। କିନ୍ତୁ ଆପଣ ଯେଉଁ ଆକ୍ସନ ନେଲେ ଏହା ଗ୍ରହଣୀୟ ନୁହେଁ। ଆଲୋଚନା କରିପାରିଥାନ୍ତେ ହେଲେ ଆପଣ କାର୍ଯ୍ୟାନୁଷ୍ଠାନ ନେଲେ। ଏ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ ମୁହଁ ଖୋଲନ୍ତୁ।

ସେହିପରି କଂଗ୍ରେସ ବିଧାୟକ ତାରା ବାହିନୀପତି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରାଯାଇଛି, ଇତିହାସ ହୋଇ ରହିବ। ବରଦାସ୍ତ କରିବୁନି, ଭୟ କରୁନୁ, ଲଢ଼େଇ କରିବୁ। ପିସିସି ସଭାପତି, ନେତା ଯାହା ନିଷ୍ପତ୍ତି ନେବେ ସେଇଆ କରିବୁ। ଆମ ଆଚରଣ ଯଦି ଅଶୋଭନୀୟ, ଗତ ୫ ବର୍ଷରେ କଣ କରିଥିଲେ। ୨୭ରେ ବିଧାନସଭା ଘେରାଉ କରିବୁ, ଜୋରଦାର ଲଢ଼େଇ କରିବୁ।

ସୂଚନାଥାଉ କି, ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସ ସଦସ୍ୟ ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, କାଡ୍ରାକା ଆପଲ ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା, ସୋଫିଆ ଫିର୍ଦ୍ଦୋସ, ମଙ୍ଗୁ ଖିଲ ଓ ନୀଳମାଧବ ହିକକାଙ୍କୁ ନିଲମ୍ବନ କରାଯାଇଛି।

ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ।କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ। ତେବେ ନିଲମ୍ବନ ପରେ ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ପ୍ରତିବାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?