ଆବାସ ଯୋଜନାରୁ ବଞ୍ଚିତ ପ୍ରମିଳା

ଡେରାବିଶ,୧୮ା୯(ବେବର୍ତା ଅଜୟ ଦାସ): ଆବାସ ଯୋଜନାରୁ ବଞ୍ଚତ୍ତ ହୋଇ ଜଣେ ବିଧବା ଅସହାୟା ମହିଳା ଭଙ୍ଗା ଛପର ଘରେ ନିଜ ପରିବାର ସହ ଜୀବନ ବିତାଉଛନ୍ତି। ଘର ଖଣ୍ଡିଏ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗୁହାରୀ କରି ମଧ୍ୟ କୌଣସି ସୁଫଳ ପାଇ ନାହାଁନ୍ତି। ନିଜର ଭାଗ୍ୟକୁ ଆଦରି ପଡ଼ି ରହିଛନ୍ତି ଏହି ବିଧବା ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଅନ୍ତର୍ଗତ ବେଣିପୁର ପଞ୍ଚାୟତ ରାଏତୁଣ୍ଡି ଗ୍ରାମରେ। ଗ୍ରାମର ସ୍ବର୍ଗତ ନିତ୍ୟାନନ୍ଦ ଖଟୁଆଙ୍କ ବିଧବା ସ୍ତ୍ରୀ ପ୍ରମିଳା (୬୬) ଆର୍ଥିକ ଦୂରାବସ୍ଥା ମଧ୍ୟରେ ଗତି କରୁଥିବା ବେଳେ ନିଜର ଭଙ୍ଗା ଚାଳ ଛପର ଘରକୁ ମରାମତି କରିବାକୁ ଆବଶ୍ୟକ ଅର୍ଥ ମଧ୍ୟ ଯୋଗାଡ଼ କରିବାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇପଡ଼ିଛନ୍ତି। ପରିବାରରେ ପ୍ରମିଳାଙ୍କୁ ମିଶାଇ ୪ ଜଣ ସଦସ୍ୟ ଥିବା ବେଳେ ପୁଅ ମୂଲଲାଗି ପରିବାରକୁ ପ୍ରତିପୋଷଣ କରନ୍ତି। ରହୁଥିବା ଚାଳଛପର ଘରରେ ଦିନରେ ସୂର୍ଯ୍ୟ ଓ ରାତିରେ ତାରା ଓ ଚନ୍ଦ୍ର ଦେଖାଯାଆନ୍ତି। ଛପର ହୋଇପାରୁ ନ ଥିବା ଏହି ଚାଳଘରେ ଅସରାଏ ବର୍ଷା ହେଲେ ଘର ଭିତରେ ପାଣି ପଶି ଲହଡ଼ି ଖେଳେ। ତେବେ ଆବାସ ଗୃହ ଯୋଜନାରେ ସାମିଲ ହେବା ପାଇଁ ପଞ୍ଚାୟତର ସରପଞ୍ଚ, ବିଡ଼ିଓ ଓ ଜିଲାପାଳଙ୍କ ନିକଟରେ କେତେ ଯେ ଗୁହାରି କରିଛନ୍ତି, ମାତ୍ର ତାଙ୍କର ଦୁଃଖ କେହି ବୁଝି ନ ଥିବା ପ୍ରମିଳା କହିଛନ୍ତି। କେବଳ ଭଗବାନଙ୍କ ଉପରେ ଭରସା ରଖି ନିଜ ଭାଗ୍ୟକୁ ଆଦରି ପରିବାର ସଦସ୍ୟ ଦୁଃଖରେ ଦିନ କାଟୁଥିବା ନେଇ ପ୍ରମିଳା କହିଛନ୍ତି। ଏ ବିଷୟରେ ବିଡ଼ିଓ ଦାଶରଥୀ ଜେନାଙ୍କୁ ଯୋଗାଯୋଗ କରାଯାଇଥିଲା। ସେ କହିଲେ, ଆବାସ ଗୃହ ଯୋଜନାରେ ସାମିଲ ପାଇଁ କରାଯାଇଥିବା ସର୍ଭେରେ ବହୁ ଯୋଗ୍ୟ ହିତାଧିକାରୀ ବାଦ ପଡ଼ିଥିବା ତାଙ୍କ ନଜରକୁ ଆସିଛି। ପୁନର୍ବାର ସର୍ଭେ ସମୟରେ ବାଦ୍‌ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କ ସମ୍ପର୍କରେ ଅନୁସନ୍ଧାନ କରାଯାଇ ତାଙ୍କୁ ପରବର୍ତ୍ତୀ ଅବସ୍ଥାରେ ତାଲିକାଭୁକ୍ତ କରାଯିବ ବୋଲି ବିଡ଼ିଓ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri