ଆବାସ ଯୋଜନାରୁ ବଞ୍ଚିତ ପ୍ରମିଳା

ଡେରାବିଶ,୧୮ା୯(ବେବର୍ତା ଅଜୟ ଦାସ): ଆବାସ ଯୋଜନାରୁ ବଞ୍ଚତ୍ତ ହୋଇ ଜଣେ ବିଧବା ଅସହାୟା ମହିଳା ଭଙ୍ଗା ଛପର ଘରେ ନିଜ ପରିବାର ସହ ଜୀବନ ବିତାଉଛନ୍ତି। ଘର ଖଣ୍ଡିଏ ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗୁହାରୀ କରି ମଧ୍ୟ କୌଣସି ସୁଫଳ ପାଇ ନାହାଁନ୍ତି। ନିଜର ଭାଗ୍ୟକୁ ଆଦରି ପଡ଼ି ରହିଛନ୍ତି ଏହି ବିଧବା ମହିଳା। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଅନ୍ତର୍ଗତ ବେଣିପୁର ପଞ୍ଚାୟତ ରାଏତୁଣ୍ଡି ଗ୍ରାମରେ। ଗ୍ରାମର ସ୍ବର୍ଗତ ନିତ୍ୟାନନ୍ଦ ଖଟୁଆଙ୍କ ବିଧବା ସ୍ତ୍ରୀ ପ୍ରମିଳା (୬୬) ଆର୍ଥିକ ଦୂରାବସ୍ଥା ମଧ୍ୟରେ ଗତି କରୁଥିବା ବେଳେ ନିଜର ଭଙ୍ଗା ଚାଳ ଛପର ଘରକୁ ମରାମତି କରିବାକୁ ଆବଶ୍ୟକ ଅର୍ଥ ମଧ୍ୟ ଯୋଗାଡ଼ କରିବାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇପଡ଼ିଛନ୍ତି। ପରିବାରରେ ପ୍ରମିଳାଙ୍କୁ ମିଶାଇ ୪ ଜଣ ସଦସ୍ୟ ଥିବା ବେଳେ ପୁଅ ମୂଲଲାଗି ପରିବାରକୁ ପ୍ରତିପୋଷଣ କରନ୍ତି। ରହୁଥିବା ଚାଳଛପର ଘରରେ ଦିନରେ ସୂର୍ଯ୍ୟ ଓ ରାତିରେ ତାରା ଓ ଚନ୍ଦ୍ର ଦେଖାଯାଆନ୍ତି। ଛପର ହୋଇପାରୁ ନ ଥିବା ଏହି ଚାଳଘରେ ଅସରାଏ ବର୍ଷା ହେଲେ ଘର ଭିତରେ ପାଣି ପଶି ଲହଡ଼ି ଖେଳେ। ତେବେ ଆବାସ ଗୃହ ଯୋଜନାରେ ସାମିଲ ହେବା ପାଇଁ ପଞ୍ଚାୟତର ସରପଞ୍ଚ, ବିଡ଼ିଓ ଓ ଜିଲାପାଳଙ୍କ ନିକଟରେ କେତେ ଯେ ଗୁହାରି କରିଛନ୍ତି, ମାତ୍ର ତାଙ୍କର ଦୁଃଖ କେହି ବୁଝି ନ ଥିବା ପ୍ରମିଳା କହିଛନ୍ତି। କେବଳ ଭଗବାନଙ୍କ ଉପରେ ଭରସା ରଖି ନିଜ ଭାଗ୍ୟକୁ ଆଦରି ପରିବାର ସଦସ୍ୟ ଦୁଃଖରେ ଦିନ କାଟୁଥିବା ନେଇ ପ୍ରମିଳା କହିଛନ୍ତି। ଏ ବିଷୟରେ ବିଡ଼ିଓ ଦାଶରଥୀ ଜେନାଙ୍କୁ ଯୋଗାଯୋଗ କରାଯାଇଥିଲା। ସେ କହିଲେ, ଆବାସ ଗୃହ ଯୋଜନାରେ ସାମିଲ ପାଇଁ କରାଯାଇଥିବା ସର୍ଭେରେ ବହୁ ଯୋଗ୍ୟ ହିତାଧିକାରୀ ବାଦ ପଡ଼ିଥିବା ତାଙ୍କ ନଜରକୁ ଆସିଛି। ପୁନର୍ବାର ସର୍ଭେ ସମୟରେ ବାଦ୍‌ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କ ସମ୍ପର୍କରେ ଅନୁସନ୍ଧାନ କରାଯାଇ ତାଙ୍କୁ ପରବର୍ତ୍ତୀ ଅବସ୍ଥାରେ ତାଲିକାଭୁକ୍ତ କରାଯିବ ବୋଲି ବିଡ଼ିଓ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?