ପ୍ରମିଳା ପ୍ରଥମ ମହିଳା ବାଚସ୍ପତି

ଭୁବନେଶ୍ୱର,୨୨ା୯: ପ୍ରଥମ ମହିଳା ବାଚସ୍ପତି ଭାବେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ ଶୁକ୍ରବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନପତ୍ର ଭରି ନ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏନେଇ ଗୃହରେ ଉପବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ବାଚସ୍ପତି ଭାବେ ପ୍ରମିଳା  ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ତଥା ଭାଜପା ପକ୍ଷରୁ ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର  ଶୁଭେଚ୍ଛା ଜଣାଇଛନ୍ତି।

ପ୍ରମିଳା  ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ଇତିହାସ ସୃଷ୍ଟି ହୋଇଛି। ବିଜେଡି, ଭାଜପା ଏବଂ କଂଗ୍ରେସ ତିନି ଦଳର ସମସ୍ତ ବରିଷ୍ଠ ନେତା ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସୂଚନାନୁଯାୟୀ, ପ୍ରମିଳା ୬ଥର ବିଧାୟିକା ହୋଇଛନ୍ତି। ୧୯୯୦ରେ ଜନତା ଦଳ ପକ୍ଷରୁ ପ୍ରଥମ ଥର ପାଇଁ ରାଜ୍ୟସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ପରେ ସେ ବିଜେଡି ଟିକେଟରେ ୨୦୦୦,୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ ନିର୍ବାଚନରେ ବିଜୟ ଲାଭ କରିଥିଲେ।

ପୂର୍ବତନ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ପଦରୁ ଗୁରୁବାର ଇସ୍ତଫା ଦେଇଥିଲେ। ଏହା ପରେ ସେ ଓଡ଼ିଶା ବିଧାନସଭା ବାଚସ୍ପତି ପଦ ପାଇଁ  ନାମାଙ୍କନପତ୍ର ଦାଖଲ କରିଥିଲେ। ସେପ୍ଟେମ୍ବର ୨୦ରେ ଶାସକ ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ତଥା ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିଧାନସଭା ବାଚସ୍ପତି ନିର୍ବାଚନ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା।

ସୂଚନାଯୋଗ୍ୟ, ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ଓଡ଼ିଶା ବିଧାନସଭା ବାଚସ୍ପତି ପଦ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri