ପ୍ରମିଳା ପ୍ରଥମ ମହିଳା ବାଚସ୍ପତି

ଭୁବନେଶ୍ୱର,୨୨ା୯: ପ୍ରଥମ ମହିଳା ବାଚସ୍ପତି ଭାବେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ ଶୁକ୍ରବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନପତ୍ର ଭରି ନ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏନେଇ ଗୃହରେ ଉପବାଚସ୍ପତି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ବାଚସ୍ପତି ଭାବେ ପ୍ରମିଳା  ଦାୟିତ୍ୱ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ତଥା ଭାଜପା ପକ୍ଷରୁ ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର  ଶୁଭେଚ୍ଛା ଜଣାଇଛନ୍ତି।

ପ୍ରମିଳା  ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ଇତିହାସ ସୃଷ୍ଟି ହୋଇଛି। ବିଜେଡି, ଭାଜପା ଏବଂ କଂଗ୍ରେସ ତିନି ଦଳର ସମସ୍ତ ବରିଷ୍ଠ ନେତା ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ସୂଚନାନୁଯାୟୀ, ପ୍ରମିଳା ୬ଥର ବିଧାୟିକା ହୋଇଛନ୍ତି। ୧୯୯୦ରେ ଜନତା ଦଳ ପକ୍ଷରୁ ପ୍ରଥମ ଥର ପାଇଁ ରାଜ୍ୟସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ପରେ ସେ ବିଜେଡି ଟିକେଟରେ ୨୦୦୦,୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ ନିର୍ବାଚନରେ ବିଜୟ ଲାଭ କରିଥିଲେ।

ପୂର୍ବତନ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ପଦରୁ ଗୁରୁବାର ଇସ୍ତଫା ଦେଇଥିଲେ। ଏହା ପରେ ସେ ଓଡ଼ିଶା ବିଧାନସଭା ବାଚସ୍ପତି ପଦ ପାଇଁ  ନାମାଙ୍କନପତ୍ର ଦାଖଲ କରିଥିଲେ। ସେପ୍ଟେମ୍ବର ୨୦ରେ ଶାସକ ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ତଥା ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିଧାନସଭା ବାଚସ୍ପତି ନିର୍ବାଚନ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା।

ସୂଚନାଯୋଗ୍ୟ, ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ଓଡ଼ିଶା ବିଧାନସଭା ବାଚସ୍ପତି ପଦ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri