ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା କହିଛନ୍ତି ଠିକ୍‌ କହିଛନ୍ତି, ପାଣ୍ଡିଆନ୍‌ ଆମ ନେତା ନୁହଁନ୍ତି । ଆମର ଜଣେ ନେତା ନବୀନ ପଟ୍ଟନାୟକ । ଦଳରେ ଗୋଷ୍ଠୀ କନ୍ଦଳ ନାହିଁ, ସମସ୍ତେ ଠିକ୍ ଓ ସଂଗଠିତ ଅଛନ୍ତି । ଭୋଜିଭାତକୁ ଗୋଷ୍ଠୀକନ୍ଦଳ କହିବା ଠିକ୍ ନୁହେଁ ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ ।

ପ୍ରକାଶଥାଉକି, ଗତକାଲି ସମ୍ବିତ ରାଉତରାୟ କହିଥିଲେ ଯେ, ୨୦୨୬ରେ ବହୁତ କିଛି ହେବ। ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା ହୋଇ ନ ଥିଲା, ସେଥିପାଇଁ ଭୋଜି। ଏହା କୌଣସି ମେଳି ନ ଥିଲା। ସରକାର ଥିବା ବେଳେ ପାଣ୍ଡିଆନ ଗୋଟିଏ ଫ୍ୟାକ୍ଟର ଥିଲା, ଜଣେ ଗୁଡ୍‌ ମ୍ୟାନେଜର। କିନ୍ତୁ ନେତା ହିସାବରେ ଆମେ ତାଙ୍କୁ କେବେ ମାନି ନାହୁଁ ବୋଲି ସମ୍ବିତ କହିଥିଲେ । ଆଜି ତାଙ୍କ ବୟାନକୁ ସମର୍ଥନ କରିଛନ୍ତି ପ୍ରମିଳା ମଲ୍ଲିକ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri