ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୧।୯: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର ମନ୍ତ୍ରୀ ପଦରୁ ଇସ୍ତାଫା ଦେଇଛନ୍ତି। ବିଜେଡି ପକ୍ଷରୁ ବୁଧବାର ବାଚସ୍ପତି ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି। ନାମାଙ୍କନପତ୍ର ଦାଖଲ ପୂର୍ବରୁ ସେ ମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇଛନ୍ତି।
ଆସନ୍ତା ୨୨ ତାରିଖ ସକାଳ ୯ଟାରେ ବିଧାନସଭାରେ ବାଚସ୍ପତି ପଦବୀ ପାଇଁ ନିର୍ବାଚନ ହେବ। ବିଧାନସଭାରେ ଅନ୍ୟ କୌଣସି ଦଳ ବାଚସ୍ପତି ପଦବୀ ପାଇଁ ପ୍ରାର୍ଥୀ ଦେଉ ନ ଥିବାରୁ ଏବଂ ବିଜେଡି ସଂଖ୍ୟାଗରିଷ୍ଠ ଥିବାରୁ ପ୍ରମିଳା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ରହିଛି। ଏଥିସହ ସେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି ହେବାର ଗୌରବ ମଧ୍ୟ ଲାଭ କରିବେ। ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ପାରିତ ହୋଇଥିବା ବେଳେ ବିଜେଡି ପ୍ରଥମ ଥର ପାଇଁ ମହିଳା ବାଚସ୍ପତି ପ୍ରାର୍ଥୀ ଘୋଷଣା କରି ମାଷ୍ଟରଷ୍ଟ୍ରୋକ୍‌ ମାରିଛି।
ସୂଚନାଯୋଗ୍ୟ,ଗତ ଜୁନ୍‌ ୩ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରଠାରୁ ଉକ୍ତ ପଦବୀ ଖାଲିପଡ଼ିଛି। ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂ ଏବେ କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?