Posted inଖେଳ

ସ୍ବର୍ଣ୍ଣ ଆଣିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ,୪ା୯: ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣିଛନ୍ତି। ଫାଇନାଲରେ ପ୍ରମୋଦ ତାଙ୍କ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୨୧-୧୪, ୨୧-୧୭ ସେଟ୍‌ରେ ହରାଇଛନ୍ତି। ପ୍ରଥମ ସେଟ୍‌ରେ ଆଗୁଆ ରହିବା ପରେ ୨ୟ ସେଟ୍‌ରେ ପ୍ରମୋଦ ବିଜୟୀ ହୋଇଛନ୍ତି।

ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦଙ୍କ ମୁକାବିଲା ଜାପାନରେ ଡି.ଫୁଜିହାରାଙ୍କ ସହ ହୋଇଥିଲା। ଏହି ମ୍ୟାଚ୍‌ ପ୍ରମୋଦ ଏକତରଫା ଭାବେ ୨-୦ ସେଟ୍‌ରେ ଜିତି ଫାଇନାଲରେ ପ୍ରବେଶ କରିଥିଲେ। ପ୍ରଥମ ସେଟ୍‌ରେ ୨୧-୧୧ରେ ଜିତିଥିବା ପ୍ରମୋଦ ଦ୍ୱିତୀୟ ସେଟ୍‌ରେ ମଧ୍ୟ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ। ୨୧-୧୬ରେ ଜିତି ପ୍ରମୋଦ ସ୍ବର୍ଣ୍ଣ ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ପ୍ରମୋଦ ସ୍ବର୍ଣ୍ଣ ଜିତିବା ପରେ ଟୋକିଓ ଅଲିମ୍ପିକ୍ସିରେ ଭାରତ ପଦକ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି।

ପ୍ରମୋଦଙ୍କ ଘର ବରଗଡ଼ ଜିଲା ଅତାବିରା ଗାଁରେ। ପ୍ରମୋଦଙ୍କ ଏହି ବିଜୟ ପରେ ତାଙ୍କ ଗାଁରେ ଆନନ୍ଦର ଲହରୀ ଖେଳିଯାଇଛି। ବିଭିନ୍ନ ମହଲରୁ ପ୍ରମୋଦଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri