Posted inଖେଳ

ସ୍ବର୍ଣ୍ଣ ଆଣିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

ଟୋକିଓ,୪ା୯: ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍‌ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣିଛନ୍ତି। ଫାଇନାଲରେ ପ୍ରମୋଦ ତାଙ୍କ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୨୧-୧୪, ୨୧-୧୭ ସେଟ୍‌ରେ ହରାଇଛନ୍ତି। ପ୍ରଥମ ସେଟ୍‌ରେ ଆଗୁଆ ରହିବା ପରେ ୨ୟ ସେଟ୍‌ରେ ପ୍ରମୋଦ ବିଜୟୀ ହୋଇଛନ୍ତି।

ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦଙ୍କ ମୁକାବିଲା ଜାପାନରେ ଡି.ଫୁଜିହାରାଙ୍କ ସହ ହୋଇଥିଲା। ଏହି ମ୍ୟାଚ୍‌ ପ୍ରମୋଦ ଏକତରଫା ଭାବେ ୨-୦ ସେଟ୍‌ରେ ଜିତି ଫାଇନାଲରେ ପ୍ରବେଶ କରିଥିଲେ। ପ୍ରଥମ ସେଟ୍‌ରେ ୨୧-୧୧ରେ ଜିତିଥିବା ପ୍ରମୋଦ ଦ୍ୱିତୀୟ ସେଟ୍‌ରେ ମଧ୍ୟ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ। ୨୧-୧୬ରେ ଜିତି ପ୍ରମୋଦ ସ୍ବର୍ଣ୍ଣ ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ପ୍ରମୋଦ ସ୍ବର୍ଣ୍ଣ ଜିତିବା ପରେ ଟୋକିଓ ଅଲିମ୍ପିକ୍ସିରେ ଭାରତ ପଦକ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି।

ପ୍ରମୋଦଙ୍କ ଘର ବରଗଡ଼ ଜିଲା ଅତାବିରା ଗାଁରେ। ପ୍ରମୋଦଙ୍କ ଏହି ବିଜୟ ପରେ ତାଙ୍କ ଗାଁରେ ଆନନ୍ଦର ଲହରୀ ଖେଳିଯାଇଛି। ବିଭିନ୍ନ ମହଲରୁ ପ୍ରମୋଦଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ରୁଡ୍‌ଙ୍କୁ କ୍ୟାରିୟରର ବଡ଼ ଟାଇଟଲ

ବାର୍ସିଲୋନା, ୨୩ା୪ (ଏପି): କାସ୍ପର ରୁଡ୍‌ ବାର୍ସିଲୋନା ଓପନ ଟେନିସ ଚାମ୍ପିୟନ ହୋଇଛନ୍ତି। ଟୁର୍ନାମେଣ୍ଟର ଫାଇନାଲରେ ସେ ଷ୍ଟିଫାନସ ସିତ୍‌ସିପାସଙ୍କୁ ୭-୫, ୬-୩ରେ ହରାଇ ଦେଇଛନ୍ତି।...

ବାଗାନ ମୁକାବିଲା ପାଇଁ ଓଡ଼ିଶା ଏଫ୍‌ସି ପ୍ରସ୍ତୁତ

ଭୁବନେଶ୍ୱର, ୨୩।୪ (ତପନ ସ୍ବାଇଁ): ଇତିହାସ ସୃଷ୍ଟି ହୋଇସାରିଛି। ଓଡ଼ିଶା ଏଫ୍‌ସି ପ୍ରଥମ ଥର ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସେମିଫାଇନାଲରେ ପ୍ରବେଶ କରିଛି।...

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri