ପ୍ରମୋଦ ଭଗତ ପାଇବେ ଭାରତ ଗୌରବ ସମ୍ମାନ

କଟକ ଅଫିସ,୨୫ା୮: ଚଳିତ ଗଣେଶ ପୂଜା ଅବସରରେ ଜୟ ଭାରତ ଫାଉଣ୍ଡେଶନର ୨୩ତମ ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ସୁନାମ ଆଣିଥିବା ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏ ନେଇ ବୁଧବାର ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ) ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜୟ ଭାରତ ଫାଉଣ୍ଡେଶନର ଅଧ୍ୟକ୍ଷ ସୁରେନ୍ଦ୍ରନାଥ ପଣ୍ଡା ସୂଚନା ଦେଇଛନ୍ତି। ପାରା ଅଲିମ୍ପିକରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିବା ପ୍ରମୋଦ ଭଗତଙ୍କୁ ଭାରତ ଗୌରବ ସମ୍ମାନ ପ୍ରଦାନ କରାଯିବ। ସେହିପରି ସାହିତ୍ୟ କ୍ଷେତ୍ରରେ କଥାକାର ପ୍ରଫେସର ଦାସରଥି ଦାସଙ୍କୁ କଥା ଭାରତ ସମ୍ମାନ, ପ୍ରଶାସନିକ ସେବା କ୍ଷେତ୍ରରେ ଆଇଆରଏସ୍‌ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ସେବା ଭାରତ ସମ୍ମାନ, ମହିଳା କ୍ରିକେଟ କ୍ଷେତ୍ରରେ ଭାରତରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଝିଅ ମଧୁସ୍ମିତା ବେହେରାଙ୍କୁ କ୍ରୀଡ଼ା ଭାରତ ସମ୍ମାନ, ଓଡ଼ିଶା ସିନେଜଗତକୁ ଅତୁଳନୀୟ ଅବଦାନ ନିମନ୍ତେ ଅଭିନେତା ତଥା ନିର୍ଦ୍ଦେଶକ ପ୍ରଶାନ୍ତ ନନ୍ଦଙ୍କୁ ସଂସ୍କୃତି ଭାରତ ସମ୍ମାନ ପ୍ରଦାନ କରାଯିବ।

ସେହିପରି ଚଳିତବର୍ଷ ଯୁକ୍ତ୨ ବାଣିଜ୍ୟ, କଳା, ବିଜ୍ଞାନରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୩ଜଣ ଛାତ୍ରୀଛାତ୍ର ଶୁଭଶ୍ରୀ ପଟ୍ଟନାୟକ, ପ୍ରିୟଙ୍କା ସାହୁ ଓ ଜିତେନ୍‌ ମହାଳିକଙ୍କୁ ବିଦ୍ୟା ଭାରତ ସମ୍ମାନ ସହ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ବୋଲି ପଣ୍ଡା କହିଛନ୍ତି। ବିଗତ ୨୩ ବର୍ଷ ଧରି ଫାଉଣ୍ଡେଶନ ପକ୍ଷରୁ ପୂଜ୍ୟପୂଜାର ପରମ୍ପରା ପାଳନ କରାଯାଉଛି। ଆସନ୍ତା ୩୧ ତାରିଖରେ ହେବାକୁ ଥିବା ଉକ୍ତ ସମାରୋହରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏବଂ ପ୍ରୀତିରଞ୍ଜନ ଘଡେଇଙ୍କ ସମେତ ବିଧାୟକ ଦେବୀପ୍ରସାଦ ମିଶ୍ର ଓ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଅତିଥିଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉକ୍ତ ସମ୍ମିଳନୀରେ କମ୍ପାନୀର ଏମ୍‌ଡି ସୁଶାନ୍ତ କୁମାର ପଣ୍ଡା, ଶ୍ରୀମନ୍ତ କୁମାର ପଣ୍ଡା, ଦିଗନ୍ତ କୁମାର ପଣ୍ଡା, ନିର୍ଦ୍ଦେଶିକା ନମିତା ପଣ୍ଡା, ଶରଣାବିନ୍ଦ ଓଝା, ଜେନେରାଲ ମ୍ୟାନେଜର ଅଶ୍ୱିନୀ କୁମାର ଦାସ, ଅରୁଣ କୁମାର ନାୟକ, ନବକୃଷ୍ଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri