Posted inଖେଳ

ପ୍ରମୋଦ ଭଗତଙ୍କ ଟ୍ରିପଲ ବିଜୟ

ଭୁବନେଶ୍ୱର, ୧।୪(କ୍ରୀଡ଼ା ପ୍ରତିନିଧି)- ଦୁବାଇ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ଦିବସରେ ଓଡ଼ିଶାର ପ୍ରମୋଦ ଭଗତ ଟ୍ରିପଲ ବିଜୟ ହାସଲ କରିଛନ୍ତି। ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଗ୍ରୁପ୍‌ ‘ଏ’ ଏସଏଲ-୩ ଗାଟେଗୋରି ପୁରୁଷ ସିଙ୍ଗଲ୍ସରେ ଫ୍ରାନ୍ସର ମାଥ୍ୟୁ ଥୋମାସଙ୍କୁ ୨୧-୧୧ ଓ ୨୧-୧୨ ପଏଣ୍ଟରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମ୍ୟାଚ ଅବସରରେ ସେ ଗୋଟିଏ ହେଲେ ଗେମ୍‌ ଡ୍ରପ୍‌ କରି ନ ଥିଲେ। ପୁରୁଷ ଡବଲ୍ସରେ ପ୍ରମୋଦ ଓ ମନୋଜ ସରକାରଙ୍କ ଯୋଡ଼ି ମାଲେସିଆର ମହମଦ ହୁଜାଇର ଅବଦୁଲ ମାଲେକ ଓ ମହମଦ ଜୁଲଫାଥି ଜାଫରଙ୍କୁ ୧୮-୨୧, ୨୧-୧୧ ଓ ୨୧-୧୭ ପଏଣ୍ଟରେ ପରାସ୍ତ କରିଥିଲେ। ମ୍ୟାଚଟି ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା। ସେହିପରି ମିକ୍ସଡ ଡବଲ୍ସରେ ପଲକ କୋହଲିଙ୍କୁ ସାଥିକରି ଖେଳୁଥିବା ପ୍ରମୋଦ ରୁଷିଆର ପାଭେଲ କୁଲିକୋଭ ଓ ଫ୍ରାନ୍ସର ଲେନାଗ ମୋରିନ ଯୋଡ଼ିଙ୍କୁ ସିଧାସଳଖ ୨୧-୧୭ ଓ ୨୧-୧୪ ପଏଣ୍ଟରେ ହରାଇ ଦେଇ ଗୋଟିଏ ଦିନରେ ଟ୍ରିପଲ ସଫଳତା ପାଇଥିଲେ। ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଅନ୍ୟତମ ଖେଳାଳି ଦୀପ ରଞ୍ଜନ ବିଷୋଇ (ଏସଏଲ-୪ କାଟେଗୋରି) ଏବଂ ଜି. ଦିଲେଶ୍ୱର ରାଓ (ଏସଏଲ୍‌-୩ ଗାଟେକୋରି) ସିଙ୍ଗଲ୍ସ ଓ ଡବଲ୍ସରେ ଗୋଟିଏ ଲେଖାଏ ବିଜୟ ଓ ପରାଜୟ ସହ ମିଶ୍ରିତ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri