Posted inଖେଳ

କ୍ୱାର୍ଟର ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୩।୧୧, (କ୍ରୀଡ଼ା ପ୍ରତିନିଧି): ଜାପାନର ଟୋକିଓରେ ଚାଲିଥିବା ବିଡବ୍ଲ୍ୟୁଏଫ୍‌ ପାରା ବ୍ୟାଡମିଣ୍ଟନ୍‌ ବିଶ୍ୱ ଚାମ୍ପିୟନଶିପ୍‌ର ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ବୁଧବାର ଅନୁଷ୍ଠିତ ମ୍ୟାଚରେ ସେ ଇଂଲଣ୍ଡର ଓ୍ବିଲିୟମ ସ୍ମିଥଙ୍କୁ ୨୧-୫, ୨୧-୩ରେ ହରାଇ ଦେଇଛନ୍ତି।

ନିଜ ଗ୍ରୁପ୍‌ର ଶ୍ରେଷ୍ଠ ଖେଳାଳିଭାବେ ନକ୍‌ଆଉଟରେ ପ୍ରବେଶ କରିଥିବା ପ୍ରମୋଦ ପ୍ରି- କ୍ୱାର୍ଟରରେ ବାଇପାଇ ସିଧାସଳଖ କ୍ୱାର୍ଟର ଫାଇନାଲରେ ପହଞ୍ଚିଛନ୍ତି। ଡବଲ୍ସରେ ପ୍ରମୋଦ ଓ ମନୋଜ ସରକାର ଯୋଡ଼ି ପ୍ରଥମ ମ୍ୟାଚ୍‌ରେ ଭିଏଟନାମର ଭାନ ଥୁଓଙ୍ଗ ଏନ୍‌ଗୁଏନ ଓ ଡୁକ୍‌ ଟ୍ରୁଙ୍ଗ ଫାମ୍‌ଙ୍କୁ ୨୧-୯, ୨୧-୬ରେ ପରାସ୍ତ କରିଛନ୍ତି। ତେବେ ଅନ୍ୟତମ ଓଡ଼ିଆ ଖେଳାଳି ଦୀପ ରଞ୍ଜନ ବିଷୋୟୀ ବିଶ୍ୱ ଚାମ୍ପିୟନଶିପ୍‌ରୁ ବିଦାୟ ନେଇଛନ୍ତି। ଦୀପ୍‌ ରଞ୍ଜନ ଓ ଅର୍ବାଜ ଅନ୍‌ସାରୀ ଯୋଡ଼ି ଡବଲ୍ସର ପ୍ରଥମ ରାଉଣ୍ଡରେ ଥାଇଲାଣ୍ଡ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ହାରି ଯାଇଥିବାବେଳେ ବୁଧବାର ଇଣ୍ଡୋନେସିଆର ହିକମତ ରାମଦାନି ଓ ଉକୁନ ରୁକେଣ୍ଡିଙ୍କଠାରୁ ୧୪-୨୧,୧୨-୨୧ରେ ହାରି ଯାଇଛନ୍ତି। ୩ଟି ମ୍ୟାଚରୁ ଦ୍ୱିତୀୟ ପରାଜୟ ଯୋଗୁ ଦୀପ୍‌-ଅର୍ବାଜ ଯୋଡ଼ି ବିଦାୟ ନେବାକୁ ବାଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri