Posted inଖେଳ

ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୧।୫ (କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ପଟାୟାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ ପ୍ରଦର୍ଶନ ଅବ୍ୟାହତ ରହିଛି। ବୁଧବାର ଦ୍ୱିତୀୟ ଦିବସରେ ପ୍ରମୋଦ ଭଗତ ଡବଲ ବିଜୟ ହାସଲ କରିଛନ୍ତି। ମନିଷା ରାମଦାସ ଓ ପ୍ରମୋଦ ଯୋଡ଼ି ମିକ୍ସଡ ଡବଲ୍ସର ଦ୍ୱିତୀୟ ଗ୍ରୁପ୍‌ ମ୍ୟାଚରେ ଥାଇଲାଣ୍ଡର ଚାଓ୍ବରତ କିଟିଚୋକ୍‌ଓ୍ବାଟାନା ଓ ଚାନିଡ଼ା ଶ୍ରୀନାଭାକୁଲଙ୍କୁ ୨୧-୧୭, ୨୧-୧୨ରେ ପରାସ୍ତ କରିଛନ୍ତି। ସେହିପରି ସିଙ୍ଗଲ୍ସର ଦ୍ୱିତୀୟ ଗ୍ରୁପ୍‌ ମ୍ୟାଚରେ ପ୍ରମୋଦ ଥାଇଲାଣ୍ଡର ସାଙ୍ଗନିଲ୍‌ ସିଙ୍ଘାଙ୍କୁ ୨୧-୧୬, ୨୧-୯ରେ ହରାଇ ଦେଇଛନ୍ତି। ଅନ୍ୟତମ ଓଡ଼ିଆ ପ୍ରତିଯୋଗୀ
ଦୀପ ରଞ୍ଜନ ବିଶୋଇ ସିଙ୍ଗଲ୍ସରୁ ବିଦାୟ ନେଇଥିଲେ ହେଁ ଡବଲ୍ସରେ ମନୋଜ ସରକାରଙ୍କୁ ସାଥିକରି ନିଜ ଦେଶର ବିକ୍ରମ କୁମାର ଓ ସୁହାସ ଲୀଙ୍କୁ ୨୧-୧୦, ୨୦-୨୨ ଓ ୨୧-୧୩ରେ ପରାସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri