Posted inଖେଳ

ଖେଳରନ୍ନ ପାଇଁ ପ୍ରମୋଦଙ୍କ ନାମ ସୁପାରିସ

ଭୁବନେଶ୍ୱର, ୬।୭(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆଉ ୨ ଓଡ଼ିଆ ଖେଳାଳିଙ୍କ ନାମ ସୁପାରିସ କରାଯାଇଛି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ନାମ ରାଜୀବ ଗାନ୍ଧୀ ଖେଳରନତ୍ ପୁରସ୍କାର ଏବଂ ଭାରତୀୟ ମହିଳା ହକି ଦଳର ନିର୍ଭରଯୋଗ୍ୟ ସଦସ୍ୟା ତଥା ଟୋକିଓ ଅଲିମ୍ପିକ୍ସ ପାଇଁ ଦଳର ଉପ ଅଧିନାୟିକା ମନୋନୀତ ହୋଇଥିବା ଦୀପ୍‌ଗ୍ରେସ୍‌ ଏକ୍କାଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଏକାଧିକଥର ବିଶ୍ୱ ପାରା ବ୍ୟାଡ୍‌ମିଣ୍ଟନ ବିଜେତା ପ୍ରମୋଦ କ୍ୟାରିୟରରେ ୪୮ଟି ଜାତୀୟ ଏବଂ ୫୩ଟି ଅନ୍ତର୍ଜାତୀୟ ପଦକ ଜିତି ସାରିଛନ୍ତି। ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସେ ୨୭ ସ୍ବର୍ଣ୍ଣ, ୧୦ ରୌପ୍ୟ ଏବଂ ୧୭ ବ୍ରୋଞ୍ଜ ପଦକ ଜିତି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି। ପ୍ରଦର୍ଶନକୁ ଦୃଷ୍ଟିରେ ରଖି ତାଙ୍କୁ ୨୦୧୯ରେ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେହିବର୍ଷ ସେ ରାଜ୍ୟର ସର୍ବୋଚ୍ଚ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ମଧ୍ୟ ପାଇଥିଲେ। ୨୦୨୦ରେ ପାରା ସ୍ପୋଟର୍‌ସ ପର୍ସନ ଅଫ୍‌ ଦି ଇୟର ଭାବେ ସ୍ପୋଟର୍‌ସଷ୍ଟାର ଏସେସ୍‌ ପୁରସ୍କାର ହାସଲ କରିଥିଲେ। ସେ ଟୋକିଓ ପାରା ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ମଧ୍ୟ ହାସଲ କରି ସାରିଛନ୍ତି। ପାରା ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ମଧ୍ୟ ପ୍ରମୋଦଙ୍କ ନାମ ଖେଳରନତ୍ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ତାଙ୍କ ନାମ ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ପାଇଁ ସୁପାରିସ ହୋଇଥିବାରୁ ଖୁସି ଜାହିର କରିଛନ୍ତି ପ୍ରମୋଦ। ‘ ମୁଁ ଏବେ ଟ୍ରେନିଂ ଉପରେ ଫୋକସ କରୁଛି। ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିବା ମୋର ଏକମାତ୍ର ଲକ୍ଷ୍ୟ’ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି ଦୀପ୍‌ଗ୍ରେସ୍‌ ଗତ କିଛିବର୍ଷ ଧରି ଭାରତୀୟ ସିନିୟର ମହିଳା ହକି ଦଳର ନିୟମିତ ସଦସ୍ୟା ପାଲଟି ଯାଇଛନ୍ତି। ନିକଟ ଅତୀତରେ ଭାରତୀୟ ଦଳର ସଫଳତାରେ ନିଜର ଯୋଗଦାନ ଦେଇ ଆସିଥିବା ଦୀପ୍‌ଗ୍ରେସ୍‌ ଏବେ ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛନ୍ତି।
ପ୍ରକାଶ ଯୋଗ୍ୟ ଯେ ଏହା ପୂର୍ବରୁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦଙ୍କ ନାମ ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରନତ୍ ପାଇଁ ସୁପାରିସ ହୋଇଛି। ର଼୍ୟାଙ୍କିଙ୍ଗ୍‌ଭିତ୍ତିରେ ଟୋକିଓ ଅଲିମ୍ପିକ୍ସର ୧୦୦ ଓ ୨୦୦ ମିଟର ଇଭେଣ୍ଟରେ ଭାଗ ନେବାକୁ ଯାଉଥିବା ଦୂତୀ ଗତବର୍ଷ ଅର୍ଜୁନ ପୁରସ୍କାର ପାଇଥିଲେ। ସେହିପରି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ନିକଟକୁ ସିନିୟର ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ ହୋଇଛି। ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଖେଳିଥିବା ବୀରେନ୍ଦ୍ର ଏବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ଜାତୀୟ ଦଳରେ ସାମିଲ ହୋଇଛନ୍ତି। ତାଙ୍କୁ ଭାରତୀୟ ଦଳର ଉପ ଅଧିନାୟକ ଭାବେ ମଧ୍ୟ ମନୋନୀତ କରାଯାଇଛି। ଦେଶକୁ ଅନେକ କ୍ୱାଲିଟି ହକି ଖେଳାଳି ଭେଟି ଦେଇଥିବା ଭେଟେରାନ ହକି କୋଚ୍‌ କାଳୁ ଚରଣ ଚୌଧୁରୀଙ୍କ ନାମ ଦ୍ରୋଣାଚାର୍ଯ୍ୟ ଏବଂ ହର୍ଡଲ୍ସ କୁଇନ୍‌ ତଥା ୧୦୦ ମିଟର ହର୍ଡଲ୍ସରେ ଜାତୀୟ ରେକର୍ଡଧାରିଣୀ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କ ନାମ ଧ୍ୟାନଚାନ୍ଦ ପୁରସ୍କାର ପାଇଁ ସୁପାରିସ ହୋଇଛି। ଏହା ବ୍ୟତୀତ କିଟ୍‌ ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ କର୍ପୋରେଶନ ନାମ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପାଇଁ ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ...

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର...

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ...

ମାତ୍ର ୧ ବର୍ଷ ବୟସରେ ଇତିହାସ ରଚିଲେ ବେଦ ପରେଶ: ୮ ସେକେଣ୍ଡରେ କଲେ…

ନୂଆଦିଲ୍ଲୀ,୧୩।୧୨: ଏକ ବର୍ଷର ବେଦ ପରେଶ କ୍ରୀଡା ଜଗତରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିର ବାସିନ୍ଦା, ବେଦ ଇଣ୍ଡିଆ ବୁକ ଅଫ...

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ…

ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri