Posted inଖେଳ

ଖେଳରନ୍ନ ପାଇଁ ପ୍ରମୋଦଙ୍କ ନାମ ସୁପାରିସ

ଭୁବନେଶ୍ୱର, ୬।୭(କ୍ରୀଡ଼ା ପ୍ରତିନିଧି)-ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆଉ ୨ ଓଡ଼ିଆ ଖେଳାଳିଙ୍କ ନାମ ସୁପାରିସ କରାଯାଇଛି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ନାମ ରାଜୀବ ଗାନ୍ଧୀ ଖେଳରନତ୍ ପୁରସ୍କାର ଏବଂ ଭାରତୀୟ ମହିଳା ହକି ଦଳର ନିର୍ଭରଯୋଗ୍ୟ ସଦସ୍ୟା ତଥା ଟୋକିଓ ଅଲିମ୍ପିକ୍ସ ପାଇଁ ଦଳର ଉପ ଅଧିନାୟିକା ମନୋନୀତ ହୋଇଥିବା ଦୀପ୍‌ଗ୍ରେସ୍‌ ଏକ୍କାଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଏକାଧିକଥର ବିଶ୍ୱ ପାରା ବ୍ୟାଡ୍‌ମିଣ୍ଟନ ବିଜେତା ପ୍ରମୋଦ କ୍ୟାରିୟରରେ ୪୮ଟି ଜାତୀୟ ଏବଂ ୫୩ଟି ଅନ୍ତର୍ଜାତୀୟ ପଦକ ଜିତି ସାରିଛନ୍ତି। ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସେ ୨୭ ସ୍ବର୍ଣ୍ଣ, ୧୦ ରୌପ୍ୟ ଏବଂ ୧୭ ବ୍ରୋଞ୍ଜ ପଦକ ଜିତି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି। ପ୍ରଦର୍ଶନକୁ ଦୃଷ୍ଟିରେ ରଖି ତାଙ୍କୁ ୨୦୧୯ରେ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେହିବର୍ଷ ସେ ରାଜ୍ୟର ସର୍ବୋଚ୍ଚ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ମଧ୍ୟ ପାଇଥିଲେ। ୨୦୨୦ରେ ପାରା ସ୍ପୋଟର୍‌ସ ପର୍ସନ ଅଫ୍‌ ଦି ଇୟର ଭାବେ ସ୍ପୋଟର୍‌ସଷ୍ଟାର ଏସେସ୍‌ ପୁରସ୍କାର ହାସଲ କରିଥିଲେ। ସେ ଟୋକିଓ ପାରା ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ମଧ୍ୟ ହାସଲ କରି ସାରିଛନ୍ତି। ପାରା ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ମଧ୍ୟ ପ୍ରମୋଦଙ୍କ ନାମ ଖେଳରନତ୍ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ତାଙ୍କ ନାମ ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ପାଇଁ ସୁପାରିସ ହୋଇଥିବାରୁ ଖୁସି ଜାହିର କରିଛନ୍ତି ପ୍ରମୋଦ। ‘ ମୁଁ ଏବେ ଟ୍ରେନିଂ ଉପରେ ଫୋକସ କରୁଛି। ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତିବା ମୋର ଏକମାତ୍ର ଲକ୍ଷ୍ୟ’ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି ଦୀପ୍‌ଗ୍ରେସ୍‌ ଗତ କିଛିବର୍ଷ ଧରି ଭାରତୀୟ ସିନିୟର ମହିଳା ହକି ଦଳର ନିୟମିତ ସଦସ୍ୟା ପାଲଟି ଯାଇଛନ୍ତି। ନିକଟ ଅତୀତରେ ଭାରତୀୟ ଦଳର ସଫଳତାରେ ନିଜର ଯୋଗଦାନ ଦେଇ ଆସିଥିବା ଦୀପ୍‌ଗ୍ରେସ୍‌ ଏବେ ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛନ୍ତି।
ପ୍ରକାଶ ଯୋଗ୍ୟ ଯେ ଏହା ପୂର୍ବରୁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦଙ୍କ ନାମ ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରନତ୍ ପାଇଁ ସୁପାରିସ ହୋଇଛି। ର଼୍ୟାଙ୍କିଙ୍ଗ୍‌ଭିତ୍ତିରେ ଟୋକିଓ ଅଲିମ୍ପିକ୍ସର ୧୦୦ ଓ ୨୦୦ ମିଟର ଇଭେଣ୍ଟରେ ଭାଗ ନେବାକୁ ଯାଉଥିବା ଦୂତୀ ଗତବର୍ଷ ଅର୍ଜୁନ ପୁରସ୍କାର ପାଇଥିଲେ। ସେହିପରି କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ନିକଟକୁ ସିନିୟର ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ ହୋଇଛି। ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଖେଳିଥିବା ବୀରେନ୍ଦ୍ର ଏବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ଜାତୀୟ ଦଳରେ ସାମିଲ ହୋଇଛନ୍ତି। ତାଙ୍କୁ ଭାରତୀୟ ଦଳର ଉପ ଅଧିନାୟକ ଭାବେ ମଧ୍ୟ ମନୋନୀତ କରାଯାଇଛି। ଦେଶକୁ ଅନେକ କ୍ୱାଲିଟି ହକି ଖେଳାଳି ଭେଟି ଦେଇଥିବା ଭେଟେରାନ ହକି କୋଚ୍‌ କାଳୁ ଚରଣ ଚୌଧୁରୀଙ୍କ ନାମ ଦ୍ରୋଣାଚାର୍ଯ୍ୟ ଏବଂ ହର୍ଡଲ୍ସ କୁଇନ୍‌ ତଥା ୧୦୦ ମିଟର ହର୍ଡଲ୍ସରେ ଜାତୀୟ ରେକର୍ଡଧାରିଣୀ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କ ନାମ ଧ୍ୟାନଚାନ୍ଦ ପୁରସ୍କାର ପାଇଁ ସୁପାରିସ ହୋଇଛି। ଏହା ବ୍ୟତୀତ କିଟ୍‌ ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମାଇନିଂ କର୍ପୋରେଶନ ନାମ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପାଇଁ ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?