ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)।

ବବି ଏକ୍ସ’ରେ ଏକ ପୋଷ୍ଟ କରି ଲେଖିଛନ୍ତି, ”ଧର୍ମେନ୍ଦ୍ର ଗତ ୧୦ ବର୍ଷ ଧରି ମୁଖ୍ୟମନ୍ତ୍ରୀ ହେବାର ସ୍ୱପ୍ନ ଦେଖିଲେ, ହେଲେ ତାଙ୍କ ନିଜ ଦଳ ତାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କଲା ନାହିଁ। କାରଣ ସେ ଦଳର ବିଶ୍ୱାସ ହରାଇଛନ୍ତି। ତାଙ୍କ ଦଳ ଜାଣିଛି, ଯେଉଁଦିନ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା ହୋଇଯିବ, ବିଧାନସଭାରେ ସେମାନଙ୍କର ଆସନ ସଂଖ୍ୟା ୧୦ରୁ ତଳକୁ ଖସିଆସିବ।”

ଏଥିସହିତ ବବି ଲେଖିଛନ୍ତି ”ଢେଙ୍କାନାଳ ସଂସଦୀୟ କ୍ଷେତ୍ରରୁ ଲଢିବାକୁ ୧୦ ବର୍ଷ ଧରି ଯଥାସମ୍ଭବ ଉଦ୍ୟମ କଲେ। ହେଲେ ସେଠାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ, ନିଜ ପଞ୍ଚାୟତ, ବ୍ଲକ୍ ଆଉ ଜିଲ୍ଲାପରିଷଦରେ ହାରିଲେ। ସେଥିରୁ ସେ ଜାଣିପାରିଲେ ଢେଙ୍କାନାଳରୁ ଲଢିଲେ ଜିତିବା ଅସମ୍ଭବ। ଖାସ୍ ଏଥିପାଇଁ ସେ ସମ୍ବଲପୁର ଆସିଲେ।”

ଏହା ପୂର୍ବରୁ ଶୁକ୍ରବାର ବାବୁ ଆଉ ଏକ ପୋଷ୍ଟରେ ମିଶନ ଶକ୍ତି ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବଦଳିକୁ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରିଥିଲେ। ଏଥିରେ ସେ ଲେଖିଥିଲେ, ”ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିବା ପାଇଁ ସ୍ଥିର କଲେ ମିଶନ ଶକ୍ତି ମା’ମାନଙ୍କ ଦୁବାଇ ଯିବା ବନ୍ଦ କରିଦେଲେ। ଆଉ ଯେବେ ସେ ନାମାଙ୍କନ ଦାଖଲ କଲେ ମିଶନ ଶକ୍ତି ସଚିବ, କେନ୍ଦ୍ରାପଡ଼ାର ଝିଅ ସୁଜାତା ରାଉତଙ୍କୁ ବାହାର କରିଦେଲେ।

ଏଥିରୁ ସ୍ପଷ୍ଟ ଅନୁମେୟ ହେଉଛି ଯଦି ଧର୍ମେନ୍ଦ୍ର ନିର୍ବାଚନ ଜିତନ୍ତି, ସେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ପୂରା ବନ୍ଦ କରିଦେବେ। ଏ ଅସମ୍ମାନର ଜବାବ ଓଡ଼ିଶାର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ଏଥର ନିଶ୍ଚୟ ଦେବେ।”


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?