ରବିଙ୍କୁ ମଞ୍ଚରୁ ତଳକୁ ଓହ୍ଲାଇଦେଲେ

ଜୟପୁର,୪।୨(ନି.ପ୍ର.): କୋରାପୁଟ ଜିଲା ଜୟପୁର ବିକ୍ରମଦେବ ସୟଂଶାସିତ ମହାବିଦ୍ୟାଳୟର ୭୫ ତମ ପ୍ଲାଟିନମ ଜୁବିଲି ଉତ୍ସବରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ତେବେ ଉତ୍ସବରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ମଞ୍ଚରେ ଦର୍ଶକଙ୍କୁ ହାତ ହଲାଉଥିବା ବେଳେ ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦ ମଞ୍ଚ ଉପରକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ନିକଟତର ହେଉଥିବା ସମୟରେ ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କ ହାତଧରି ମଞ୍ଚ ତଳକୁ ନେଇ ଯାଇଥିଲେ। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏ ସମ୍ପର୍କରେ ରବିଙ୍କୁ ପଚାରିବାରୁ ସେ କହିଛନ୍ତି, ଏହା ଆମ ଦଳ ଏବଂ ଘରର କଥା। ମୁଖ୍ୟମନ୍ତ୍ରୀଙ୍କୁ ମଞ୍ଚକୁ ପାଛୋଟି ନେବା ଦାୟିତ୍ୱ ଦିଆଯାଇଥିଲା। ତେଣୁ ମୁଁ ତାଙ୍କୁ ମଞ୍ଚକୁ ପାଛୋଟି ନେଇଥିଲି। ପରେ ମୋତେ ମଞ୍ଚରୁ ଓହ୍ଲାଇ ଯିବାକୁ କୁହାଯାଇଥିଲା। ଏହାକୁ ନେଇ କିଏ କ’ଣ ଭାବିଲେ ମୋର କିଛି କହିବାର ନାହିଁ ବୋଲି ରବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri