ଓସିଏ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ପ୍ରଣବ ପ୍ରକାଶ ଦାସ

କଟକ ଅଫିସ, ୨୨ା୧୦: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ। ୨୮ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର କର୍ମକର୍ତ୍ତା ନେଇ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଶୁକ୍ରବାର ଏଥିପାଇଁ ନାମାଙ୍କନ ପତ୍ର ଦାଖଲ ହୋଇଥିଲା। ତେବେ ଓସିଏ ସଭାପତି ସହ ସମସ୍ତ ପଦ ପାଇଁ ଜଣେ ଲେଖାଏ ପ୍ରାର୍ଥୀ ଥିବାରୁ ସମସ୍ତେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଣବ ପ୍ରକାଶ ପ୍ରଥମ ଥର ପାଇଁ ସଭାପତି ହୋଇଥିବାବେଳେ ସମ୍ପାଦକ ପଦ ବଜାୟ ରଖିଛନ୍ତି ସଞ୍ଜୟ ବେହେରା। ପୂର୍ବରୁ ସଭାପତି ଥିବା ପଙ୍କଜ ଲୋଚନ ମହାନ୍ତି ଉପସଭାପତି ହୋଇଛନ୍ତି। ବିକାଶ ପ୍ରଧାନ କୋଷାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି ଏବଂ ସହସମ୍ପାଦକ ପ୍ରଭାତ ଭୋଳ ଓ ଆପେକ୍ସ କାଉନସିଲ ସଦସ୍ୟ ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୨୮ ତାରିଖରେ ବିଧିବଦ୍ଧ ଭାବେ ନିର୍ବାଚିତ କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯିବ। ସୂଚନାଯୋଗ୍ୟ ଅକ୍ଟୋବର ୧୪ରେ ଓଡ଼ିଶା କ୍ରିକେଟ ଆସୋସିଏଶନ ନିର୍ବାଚନ ନେଇ ପୁରୀରେ ଅନୁଷ୍ଠିତ ବୈଠକରେ ଯାଜପୁରର ବିଧାୟକ ତଥା ବିଜେଡିର ସାଙ୍ଗଠିନକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓଡ଼ିଶା କ୍ରିକେଟ ଆସୋସିଏଶନର ସଭାପତି ପଦ ପାଇଁ ସର୍ବସମ୍ମତ ପ୍ରାର୍ଥୀ ହୋଇଥିଲେ। ପ୍ରଣବଙ୍କୁ ଓସିଏ ସଭାପତି କରିବାକୁ ବିଭିନ୍ନ ଜିଲା କ୍ରିକେଟ ଆସୋସିଏଶନର ସଦସ୍ୟମାନେ ମତ ଜଣାଇଥିଲେ। ନିର୍ବାଚନ ପାଇଁ ୨୧ରେ ନାମାଙ୍କନ ଦାଖଲ, ୨୨ରେ ଯାଞ୍ଚ ଓ ଅଭିଯୋଗ ଗ୍ରହଣ କରାଯିବା ସହିତ ନାମ ପ୍ରକାଶ ଏବଂ ୨୩ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସହ ଚୂଡ଼ାନ୍ତ ତାଲିକା ପ୍ରକାଶ କରାଯିବାର କାର୍ଯ୍ୟକ୍ରମ ରହିଥିଲା। ୨୮ତାରିଖରେ ନିର୍ବାଚନ ହେବାର ଥିଲା। ମାତ୍ର ସମସ୍ତ ପଦ ପାଇଁ ଜଣେ ଲେଖାଏ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଆଉ ନିର୍ବାଚନ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri