ଓସିଏ ସଭାପତି ଦାୟିତ୍ୱ ନେଲେ ପ୍ରଣବ

କଟକ ଅଫିସ,୨୯ା୧୦: ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓସିଏର ୧୧ତମ ସଭାପତି ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ। ସେହିପରି ସଞ୍ଜୟ ବେହେରା ଦ୍ୱିତୀୟଥର ଲାଗି ଓସିଏର ସମ୍ପାଦକ ଭାବେ ନିଜ ଗାଦି ଅଧିକୃତ କରିଛନ୍ତି। ଓସିଏର କର୍ମକର୍ତ୍ତା ନିର୍ବାଚନରେ ସମସ୍ତ ୬ ପଦବୀ ପାଇଁ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର କେବଳ ଔପଚାରିକ ଭାବେ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଉପସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, କୋଷାଧକ୍ଷ ବିକାଶ ପ୍ରଧାନ, ସହସମ୍ପାଦକ ପ୍ରଭାତ ଭୋଳ ଓ ଆପେକ୍ସ କାଉନ୍‌ସିଲ ସଦସ୍ୟ ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଗାମୀ ଦିନରେ କିପରି ତୃଣମୂଳସ୍ତରରୁ କ୍ରିକେଟର ସୃଷ୍ଟି ହେବେ ତାହା ଉପରେ ଗୁରୁତ୍ୱ ଦିଆଯିବ ଓ ବାରବାଟୀ ଷ୍ଟାଡିୟମର ଆହୁରି ବିକାଶ କରାଯିବ ବୋଲି କହିଛନ୍ତି ସଭାପତି ପ୍ରଣବ ପ୍ରକାଶ। ଏହାସହ ଯେଉଁ ଭିଜନ ୨୦୨୪ ପାଇଁ ରହିଥିଲା ତା’ ଉପରେ ଆହୁରି ଦୃଷ୍ଟି ଦିଆଯିବ। ସମସ୍ତ ଜିଲା କ୍ରୀଡ଼ା ସଂଘର ସହଯୋଗରେ ଆଗକୁ ବଢ଼ିବୁ। ମୁଖ୍ୟମନ୍ତ୍ରୀ କ୍ରୀଡ଼ାର ବିକାଶ ପାଇଁ ସବୁବେଳେ ପ୍ରୟାସ କରୁଛନ୍ତି। କ୍ରିକେଟ୍‌ ଓ ବାରବାଟୀ ଷ୍ଟାଡିୟମକୁ ନେଇ ଅନେକ ଯୋଜନା ରହିଛି ବୋଲି କହିଛନ୍ତି ସଭାପତି। ଅନ୍ୟପଟେ ସଞ୍ଜୟ କହିଛନ୍ତି, ଗ୍ରାମାଞ୍ଚଳରେ କ୍ରିକେଟର ବିକାଶ ପାଇଁ ଯୋଜନା ପ୍ରସ୍ତୁତି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri