ଓସିଏ ସଭାପତି ଦାୟିତ୍ୱ ନେଲେ ପ୍ରଣବ

କଟକ ଅଫିସ,୨୯ା୧୦: ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓସିଏର ୧୧ତମ ସଭାପତି ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ। ସେହିପରି ସଞ୍ଜୟ ବେହେରା ଦ୍ୱିତୀୟଥର ଲାଗି ଓସିଏର ସମ୍ପାଦକ ଭାବେ ନିଜ ଗାଦି ଅଧିକୃତ କରିଛନ୍ତି। ଓସିଏର କର୍ମକର୍ତ୍ତା ନିର୍ବାଚନରେ ସମସ୍ତ ୬ ପଦବୀ ପାଇଁ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର କେବଳ ଔପଚାରିକ ଭାବେ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଉପସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, କୋଷାଧକ୍ଷ ବିକାଶ ପ୍ରଧାନ, ସହସମ୍ପାଦକ ପ୍ରଭାତ ଭୋଳ ଓ ଆପେକ୍ସ କାଉନ୍‌ସିଲ ସଦସ୍ୟ ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆଗାମୀ ଦିନରେ କିପରି ତୃଣମୂଳସ୍ତରରୁ କ୍ରିକେଟର ସୃଷ୍ଟି ହେବେ ତାହା ଉପରେ ଗୁରୁତ୍ୱ ଦିଆଯିବ ଓ ବାରବାଟୀ ଷ୍ଟାଡିୟମର ଆହୁରି ବିକାଶ କରାଯିବ ବୋଲି କହିଛନ୍ତି ସଭାପତି ପ୍ରଣବ ପ୍ରକାଶ। ଏହାସହ ଯେଉଁ ଭିଜନ ୨୦୨୪ ପାଇଁ ରହିଥିଲା ତା’ ଉପରେ ଆହୁରି ଦୃଷ୍ଟି ଦିଆଯିବ। ସମସ୍ତ ଜିଲା କ୍ରୀଡ଼ା ସଂଘର ସହଯୋଗରେ ଆଗକୁ ବଢ଼ିବୁ। ମୁଖ୍ୟମନ୍ତ୍ରୀ କ୍ରୀଡ଼ାର ବିକାଶ ପାଇଁ ସବୁବେଳେ ପ୍ରୟାସ କରୁଛନ୍ତି। କ୍ରିକେଟ୍‌ ଓ ବାରବାଟୀ ଷ୍ଟାଡିୟମକୁ ନେଇ ଅନେକ ଯୋଜନା ରହିଛି ବୋଲି କହିଛନ୍ତି ସଭାପତି। ଅନ୍ୟପଟେ ସଞ୍ଜୟ କହିଛନ୍ତି, ଗ୍ରାମାଞ୍ଚଳରେ କ୍ରିକେଟର ବିକାଶ ପାଇଁ ଯୋଜନା ପ୍ରସ୍ତୁତି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri