ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ

ପୁରୀ ଅଫିସ/କଟକ ଅଫିସ୍‌, ୧୫ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର ସଭାପତି ପଦ ପାଇଁ ପ୍ରାର୍ଥୀ ଭାବେ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଛି। ସେହିପରି ସଞ୍ଜୟ ବେହେରା ସମ୍ପାଦକ ଏବଂ ପଙ୍କଜ ଲୋଚନ ମହାନ୍ତି ଉପସଭାପତି ପ୍ରାର୍ଥୀ ଭାବେ ବୈଠକରେ ମନୋନୀତ ହୋଇଛନ୍ତି। ଯୁଗ୍ମସମ୍ପାଦକ, କୋଷାଧ୍ୟକ୍ଷ ଓ କାଉନସିଲ୍‌ ପଦ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ କରିବାକୁ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯିବା ପରେ ଆସନ୍ତା ୨୧ ତାରିଖରେ ବିଧାୟକ ଦାସ ନାମାଙ୍କନ ପତ୍ର ଦାଖଲ କରିବା ଏକପ୍ରକାର ନିଶ୍ଚିତ ହୋଇଛି।
ପୁରୀ ଜିଲା କ୍ରୀଡ଼ା ସଂସଦର ସଦସ୍ୟ ରବିଶଙ୍କର ପ୍ରତିହାରୀ କହିଛନ୍ତି, ବୈଠକରେ ୪୭ଜଣ ସଦସ୍ୟ ଉପସ୍ଥିତ ଥିବାବେଳେ ୧୩ଜଣ ଯୋଗଦେଇପାରି ନ ଥିଲେ। ତେବେ ଏହି ୧୩ ସଦସ୍ୟ ପୂର୍ବରୁ ପ୍ରାର୍ଥୀମାନଙ୍କୁ ସମର୍ଥନ ଜଣାଇଥିଲେ। ସେହିପରି ଅନ୍ୟ ଦୁଇ ଜିଲାର କ୍ରୀଡ଼ା ସଂସଦ କର୍ମକର୍ତ୍ତାମାନେ ଅସୁସ୍ଥତା କାରଣରୁ ଅନୁପସ୍ଥିତ ରହିଥିଲେ। ତେବେ ସର୍ବସମ୍ମତି କ୍ରମେ ପ୍ରାର୍ଥୀ ଚୟନ କରାଯାଇଥିଲା। ଏହାପରେ ନିର୍ବାଚନ ପାଇଁ ଯୋଜନା ଓ କ୍ଷେତ୍ର ପ୍ରସ୍ତୁତ କରାଯାଇଥିଲା। କିଭଳି ଭାବେ ନିର୍ବାଚନରେ ବିଜୟ ହାସଲ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଥିଲା। ସଦସ୍ୟମାନେ ନିଜ ମତାମତ ରଖିଥିଲେ ଓ ଏହା ଉପରେ ବିଚାରବିମର୍ଷ ହୋଇଥିଲା। ସମର୍ଥନ ଜଣାଇଥିବା କ୍ରୀଡ଼ା ସଂସଦର ସଦସ୍ୟମାନେ ନାମାଙ୍କନପତ୍ର ଦାଖଲ ଦିନ ପ୍ରାର୍ଥୀମାନଙ୍କ ସହ ଶୋଭାଯାତ୍ରାରେ ସାମିଲ ହେବା ନେଇ ମଧ୍ୟ ନିଷ୍ପତ୍ତି ନିଆଯାଇଥିବା ପ୍ରତିହାରୀ କହିଛନ୍ତି। ଓସିଏ ନିର୍ବାଚନ ଲାଗି ୨୧ରେ ନାମାଙ୍କନପତ୍ର ଦାଖଲ, ୨୨ରେ ଯାଞ୍ଚ, ଅଭିଯୋଗ ଗ୍ରହଣ ଓ ବୈଧ ନାମ ତାଲିକା ପ୍ରକାଶ କରାଯିବ। ୨୩ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସହ ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥତ୍ପତ୍ର ତାଲିକା ପ୍ରକାଶ ପାଇବ। ୨୮ ତାରିଖରେ ନିର୍ବାଚନ ପାଇଁ ମତଦାନ ହେବ। ଉଲ୍ଲେଖଯୋଗ୍ୟ, ପୁରୀସ୍ଥିତ ଘରୋଇ ହୋଟେଲଠାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ଜିଲାର କ୍ରୀଡ଼ା ସଂସଦର ନିର୍ବାଚିତ ପ୍ରତିନିଧି ଓ ସଦସ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri