ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ

ପୁରୀ ଅଫିସ/କଟକ ଅଫିସ୍‌, ୧୫ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର ସଭାପତି ପଦ ପାଇଁ ପ୍ରାର୍ଥୀ ଭାବେ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଛି। ସେହିପରି ସଞ୍ଜୟ ବେହେରା ସମ୍ପାଦକ ଏବଂ ପଙ୍କଜ ଲୋଚନ ମହାନ୍ତି ଉପସଭାପତି ପ୍ରାର୍ଥୀ ଭାବେ ବୈଠକରେ ମନୋନୀତ ହୋଇଛନ୍ତି। ଯୁଗ୍ମସମ୍ପାଦକ, କୋଷାଧ୍ୟକ୍ଷ ଓ କାଉନସିଲ୍‌ ପଦ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ କରିବାକୁ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯିବା ପରେ ଆସନ୍ତା ୨୧ ତାରିଖରେ ବିଧାୟକ ଦାସ ନାମାଙ୍କନ ପତ୍ର ଦାଖଲ କରିବା ଏକପ୍ରକାର ନିଶ୍ଚିତ ହୋଇଛି।
ପୁରୀ ଜିଲା କ୍ରୀଡ଼ା ସଂସଦର ସଦସ୍ୟ ରବିଶଙ୍କର ପ୍ରତିହାରୀ କହିଛନ୍ତି, ବୈଠକରେ ୪୭ଜଣ ସଦସ୍ୟ ଉପସ୍ଥିତ ଥିବାବେଳେ ୧୩ଜଣ ଯୋଗଦେଇପାରି ନ ଥିଲେ। ତେବେ ଏହି ୧୩ ସଦସ୍ୟ ପୂର୍ବରୁ ପ୍ରାର୍ଥୀମାନଙ୍କୁ ସମର୍ଥନ ଜଣାଇଥିଲେ। ସେହିପରି ଅନ୍ୟ ଦୁଇ ଜିଲାର କ୍ରୀଡ଼ା ସଂସଦ କର୍ମକର୍ତ୍ତାମାନେ ଅସୁସ୍ଥତା କାରଣରୁ ଅନୁପସ୍ଥିତ ରହିଥିଲେ। ତେବେ ସର୍ବସମ୍ମତି କ୍ରମେ ପ୍ରାର୍ଥୀ ଚୟନ କରାଯାଇଥିଲା। ଏହାପରେ ନିର୍ବାଚନ ପାଇଁ ଯୋଜନା ଓ କ୍ଷେତ୍ର ପ୍ରସ୍ତୁତ କରାଯାଇଥିଲା। କିଭଳି ଭାବେ ନିର୍ବାଚନରେ ବିଜୟ ହାସଲ କରାଯିବ ସେନେଇ ବୈଠକରେ ଆଲୋଚନା ହୋଇଥିଲା। ସଦସ୍ୟମାନେ ନିଜ ମତାମତ ରଖିଥିଲେ ଓ ଏହା ଉପରେ ବିଚାରବିମର୍ଷ ହୋଇଥିଲା। ସମର୍ଥନ ଜଣାଇଥିବା କ୍ରୀଡ଼ା ସଂସଦର ସଦସ୍ୟମାନେ ନାମାଙ୍କନପତ୍ର ଦାଖଲ ଦିନ ପ୍ରାର୍ଥୀମାନଙ୍କ ସହ ଶୋଭାଯାତ୍ରାରେ ସାମିଲ ହେବା ନେଇ ମଧ୍ୟ ନିଷ୍ପତ୍ତି ନିଆଯାଇଥିବା ପ୍ରତିହାରୀ କହିଛନ୍ତି। ଓସିଏ ନିର୍ବାଚନ ଲାଗି ୨୧ରେ ନାମାଙ୍କନପତ୍ର ଦାଖଲ, ୨୨ରେ ଯାଞ୍ଚ, ଅଭିଯୋଗ ଗ୍ରହଣ ଓ ବୈଧ ନାମ ତାଲିକା ପ୍ରକାଶ କରାଯିବ। ୨୩ ତାରିଖରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସହ ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥତ୍ପତ୍ର ତାଲିକା ପ୍ରକାଶ ପାଇବ। ୨୮ ତାରିଖରେ ନିର୍ବାଚନ ପାଇଁ ମତଦାନ ହେବ। ଉଲ୍ଲେଖଯୋଗ୍ୟ, ପୁରୀସ୍ଥିତ ଘରୋଇ ହୋଟେଲଠାରେ ଆୟୋଜିତ ଏହି ବୈଠକରେ ବିଭିନ୍ନ ଜିଲାର କ୍ରୀଡ଼ା ସଂସଦର ନିର୍ବାଚିତ ପ୍ରତିନିଧି ଓ ସଦସ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri