ପ୍ରକାଶ ପାଇଲା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ ସ୍ନାତକ ପରୀକ୍ଷା ଫଳ: ତାରାପ୍ରସାଦ ମାର୍ଥା ଶ୍ରେଷ୍ଠ ସ୍ନାତକ

ଖୋର୍ଦ୍ଧା,୩୦ା୬(ପ୍ରଭାତ ପାଣିଗ୍ରାହୀ): ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ପଞ୍ଚଦଶତମ ଶେଷବର୍ଷ ସ୍ନାତକ ପାଠ୍ୟକ୍ରମର ବାର୍ଷିକ ପରୀକ୍ଷା ଫଳ-୨୦୨୩ ଶିକ୍ଷା ବର୍ଷ ନିମନ୍ତେ ଶୁକ୍ରବାର ମୈତ୍ରୀଭବନ ପରିସରରେ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ଛାତ୍ରୀଛାତ୍ରଙ୍କ ମୋଟ୍‌ ପାସ୍‌ ହାର ଶତକଡ଼ା ୮୭.୮ ପ୍ରତିଶତ ରହିଥିବା ବେଳେ ଚଳିତ ବର୍ଷ ଛାତ୍ରମାନଙ୍କଠାରୁ କଳା, ବିଜ୍ଞାନ ଓ ବାଣିଜ୍ୟରେ ଛାତ୍ରୀମାନେ ଆଗରେ ଅଛନ୍ତି। ଚଳିତ ବର୍ଷ ଛାତ୍ରୀମାନଙ୍କର ପାସ୍‌ ହାର ୯୩.୯ ପ୍ରତିଶତ ରହିଥିବା ବେଳେ ଛାତ୍ରମାନଙ୍କ ୮୧.୫ ପ୍ରତିଶତ ରହିଛି। କଳା ବିଭାଗରେ ପାସ୍‌ ହାର୍‌ ୯୧.୫ ପ୍ରତିଶତ ରହିଥିବା ବେଳେ, ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାସ୍‌ ହାର୍‌ ଯଥାକ୍ରମେ ୯୪.୬ ଓ ୭୮.୯ ପ୍ରତିଶତ ଅଟେ। ବାଣିଜ୍ୟ ବିଭାଗରୁ ଛାତ୍ରୀ ନିଶା କୁମାରୀ ପାଣ୍ଡେ, କଳା ଶିକ୍ଷା ସମ୍ମାନ ବିଭାଗରୁ ଛାତ୍ରୀ ଶୁଭଲକ୍ଷ୍ମୀ ପଣ୍ଡା ଓ ବିଜ୍ଞାନ ବିଭାଗରୁ ଉଭିଦ ବିଜ୍ଞାନ ସମ୍ମାନର ଛାତ୍ର ତାରାପ୍ରସାଦ ମାର୍ଥା ଶ୍ରେଷ୍ଠ ସ୍ନାତକ ହୋଇଛନ୍ତି। ଏହି ଛାତ୍ରୀଛାତ୍ର ଆସନ୍ତା ସାମ୍ବତ୍ସରିକ ଉତ୍ସବ-୨୦୨୪ରେ ସର୍ଣ୍ଣପଦକ ପାଇବେ। ଏତଦ୍‌ବ୍ୟତୀତ ବିଜ୍ଞାନ ବିଭାଗରୁ ଉଭିଦ ବିଜ୍ଞାନ ସମ୍ମାନର ଛାତ୍ର ତାରାପ୍ରସାଦ ମାର୍ଥା ସର୍ବାଧିକ ନମ୍ବର ରଖି ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ହେବାର ଗୌରବ ଅର୍ଜନ କରିଛନ୍ତି। ଏହି ଅନ୍ତିମ ପରୀକ୍ଷା ଫଳ ୬ଟି ସେମିଷ୍ଟାର ପରୀକ୍ଷାର ମୋଟ୍‌ ଫଳାପଳକୁ ନେଇ ପ୍ରସ୍ତୁତ କରାଯାଇଛି। ଆୟୋଜିତ ସଭାରେ ପରିଚାଳନା କମିଟି ସଭାପତି ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ପ୍ରାକ୍ତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି, ଅଧ୍ୟକ୍ଷା ଡକ୍ଟର ଅଳନ୍ତା ଶତପଥୀ, ପରୀକ୍ଷା ନିୟଂନ୍ତକ ପ୍ରାଧ୍ୟାପକ ଦେବୀପ୍ରସାଦ ପଟ୍ଟନାୟକ, ପରୀକ୍ଷା ବିଭାଗ ଏବଂ ମହାବିଦ୍ୟାଳୟର ବହୁ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରୀଛାତ୍ର ଉପସ୍ଥିତ ରହି ଏହି ସଭା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri