Posted inଖେଳ

ପ୍ରଣତି, ମହିଳା ରଗ୍‌ବୀ ଦଳକୁ ସ୍ବର୍ଣ୍ଣ

ଗୋଆ, ୨୮ା୧୦: ଗୋଆରେ ଚାଲିଥିବା ଜାତୀୟ କ୍ରୀଡ଼ାର ୩୭ ତମ ସଂସ୍କରଣରେ ଓଡ଼ିଶା ଶୁକ୍ରବାର ୬ ପଦକ ହାସଲ କରିଛି। ଫର୍ମରେ ଥିବା ପ୍ରଣତି ନାୟକ ମହିଳା ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସର ଭଲ୍ଟ ଓ ଅନଇଭେନ ବାର୍‌ ଇଭେଣ୍ଟରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ପାଇଛନ୍ତି। ପ୍ରଣତି ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ଅଲରାଉଣ୍ଡ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଥିବାରୁ ଚଳିତ ଜାତୀୟ କ୍ରୀଡ଼ାରେ ତାଙ୍କ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ତପନ ମହାନ୍ତି ମଧ୍ୟ ପୁରୁଷ ଜିମ୍ନାଷ୍ଟିକ୍ସରେ ଗୋଟିଏ ରୌପ୍ୟ ଜିତିଛନ୍ତି। ଓଡ଼ିଶା ମହିଳା ରଗ୍‌ବୀ ଦଳ ଚମତ୍କାର ପ୍ରଦର୍ଶନ ସହ ଫାଇନାଲରେ ବିହାରକୁ ୧୨-୭ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ପୁରୁଷ ରଗ୍‌ବୀ ଦଳ ପଶ୍ଚିମବଙ୍ଗକୁ ପରାସ୍ତ କରି ବ୍ରୋଞ୍ଜ ପଦକ ପାଇଛି। ସେହିପରି ଭାରୋତ୍ତୋଳନରେ ସୁରେଶ କୁମାର ଯାଦବ ବ୍ରୋଞ୍ଜ ପଦକ ଆଣି ପଦକ ସଂଖ୍ୟାକୁ ବୃଦ୍ଧି କରିଥିଲେ। ସୁରେଶ ୯୬ କାଟେଗୋରୀରେ ମୋଟ ୩୨୧କେଜି (ସ୍ନାଚରେ ୧୪୦କେଜି ଏବଂ କ୍ଲିନ ଆଣ୍ଡ ଜର୍କରେ ୧୮୧କେଜି) ଉଠାଇଥିଲେ। ଅନ୍ୟପକ୍ଷରେ ଓଡ଼ିଶାର ଆଶୁତୋଷ ପୂଜାରୀ, ଗଣେଶ ପୂଜାରୀ ଓ ରବୀନ୍ଦ୍ର ଭଟ୍ଟ ପ୍ରମୁଖ ପେନକାକ୍‌ ସିଲଟ ରେଗୁ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଯୋଗିତା ପୂର୍ବରୁ ଜାତୀୟ କ୍ରୀଡ଼ାର ପଦକ ବିଜେତାଙ୍କ ଲାଗି ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି। ତଦନୁସାରେ ସ୍ବର୍ଣ୍ଣ ପଦକ ବିଜେତା ୫ ଲକ୍ଷ ଟଙ୍କା, ରୌପ୍ୟ ବିଜେତା ୩ ଲକ୍ଷ ଏବଂ ବ୍ରୋଞ୍ଜ ବିଜେତାଙ୍କୁ ୨ଲକ୍ଷ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?