Posted inଖେଳ

ପ୍ରଣତି, ମହିଳା ରଗ୍‌ବୀ ଦଳକୁ ସ୍ବର୍ଣ୍ଣ

ଗୋଆ, ୨୮ା୧୦: ଗୋଆରେ ଚାଲିଥିବା ଜାତୀୟ କ୍ରୀଡ଼ାର ୩୭ ତମ ସଂସ୍କରଣରେ ଓଡ଼ିଶା ଶୁକ୍ରବାର ୬ ପଦକ ହାସଲ କରିଛି। ଫର୍ମରେ ଥିବା ପ୍ରଣତି ନାୟକ ମହିଳା ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସର ଭଲ୍ଟ ଓ ଅନଇଭେନ ବାର୍‌ ଇଭେଣ୍ଟରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ପଦକ ପାଇଛନ୍ତି। ପ୍ରଣତି ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ଅଲରାଉଣ୍ଡ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଥିବାରୁ ଚଳିତ ଜାତୀୟ କ୍ରୀଡ଼ାରେ ତାଙ୍କ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ତପନ ମହାନ୍ତି ମଧ୍ୟ ପୁରୁଷ ଜିମ୍ନାଷ୍ଟିକ୍ସରେ ଗୋଟିଏ ରୌପ୍ୟ ଜିତିଛନ୍ତି। ଓଡ଼ିଶା ମହିଳା ରଗ୍‌ବୀ ଦଳ ଚମତ୍କାର ପ୍ରଦର୍ଶନ ସହ ଫାଇନାଲରେ ବିହାରକୁ ୧୨-୭ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ପୁରୁଷ ରଗ୍‌ବୀ ଦଳ ପଶ୍ଚିମବଙ୍ଗକୁ ପରାସ୍ତ କରି ବ୍ରୋଞ୍ଜ ପଦକ ପାଇଛି। ସେହିପରି ଭାରୋତ୍ତୋଳନରେ ସୁରେଶ କୁମାର ଯାଦବ ବ୍ରୋଞ୍ଜ ପଦକ ଆଣି ପଦକ ସଂଖ୍ୟାକୁ ବୃଦ୍ଧି କରିଥିଲେ। ସୁରେଶ ୯୬ କାଟେଗୋରୀରେ ମୋଟ ୩୨୧କେଜି (ସ୍ନାଚରେ ୧୪୦କେଜି ଏବଂ କ୍ଲିନ ଆଣ୍ଡ ଜର୍କରେ ୧୮୧କେଜି) ଉଠାଇଥିଲେ। ଅନ୍ୟପକ୍ଷରେ ଓଡ଼ିଶାର ଆଶୁତୋଷ ପୂଜାରୀ, ଗଣେଶ ପୂଜାରୀ ଓ ରବୀନ୍ଦ୍ର ଭଟ୍ଟ ପ୍ରମୁଖ ପେନକାକ୍‌ ସିଲଟ ରେଗୁ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଯୋଗିତା ପୂର୍ବରୁ ଜାତୀୟ କ୍ରୀଡ଼ାର ପଦକ ବିଜେତାଙ୍କ ଲାଗି ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି। ତଦନୁସାରେ ସ୍ବର୍ଣ୍ଣ ପଦକ ବିଜେତା ୫ ଲକ୍ଷ ଟଙ୍କା, ରୌପ୍ୟ ବିଜେତା ୩ ଲକ୍ଷ ଏବଂ ବ୍ରୋଞ୍ଜ ବିଜେତାଙ୍କୁ ୨ଲକ୍ଷ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀ ବିପକ୍ଷ ମ୍ୟାଚରେ ପରାଜୟ ପାଇଁ ତିଳକ ବର୍ମା ଦାୟୀ ବୋଲି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଉଠାଇଲେ ବଡ଼ ପ୍ରଶ୍ନ

ଭୁବନେଶ୍ୱର, ୨୭।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ୧୭ ତମ ସିଜନ୍ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଦର୍ଶନ ଏତେ ଭଲ ନାହିଁ। ୨୮ ଏପ୍ରିଲରେ ଦିଲ୍ଲୀ...

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri