ବିଡିଓଙ୍କ କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇଲେ ପ୍ରଣବ

ଧର୍ମଶାଳା,୨୯ା୮(ବଟକୃଷ୍ଣ ପରିଡ଼ା):ଯାଜପୁର ଜିଲାର ଧର୍ମଶାଳାରେ ରାଜନୈତିକ ବିବାଦ ଉଗ୍ର ହେବାରେ ଲାଗିଛି। ଆରୋପ ପ୍ରତ୍ୟାରୋପ ସହ ନେତା, କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସ୍ଥିତି ଏପରି ହୋଇଛି ଯେ, ପଞ୍ଚାୟତ ସମିତି ପରିସରରେ ପଞ୍ଚାୟତ ଜନ ପ୍ରତିନିଧିମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଏନେଇ ଧର୍ମଶାଳା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ଦାୟୀ କରି ଜିଲାପାଳ ଓ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି ଜନପ୍ରତିନିଧି। ପରେ ଏହି ପ୍ରସଙ୍ଗକୁ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ।
ଜାରକା ନୂଆଗାଁଠାରେ ଗୁରୁବାର ଏକ ଖବରଦାତା ସମ୍ମିଳନୀ କରି ପ୍ରଣବ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିମାନେ ବ୍ଲକ କାର୍ଯ୍ୟାଳୟରେ ଅସୁରକ୍ଷିତ ବୋଲି କହିବା ସହ ବିଡିଓଙ୍କ ଏତାଦୃଶ କାର୍ଯ୍ୟକଳାପକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ବୁଧବାର ସରକାରଙ୍କର କୌଣସି ଭିଡିଓ କନ୍‌ଫରେନ୍ସ କାର୍ଯ୍ୟକ୍ରମ ନ ଥିଲା। ମାତ୍ର ବିଡିଓଙ୍କୁ ଭେଟିବାକୁ ଯାଇଥିବା ଜନପ୍ରତିନିଧିମାନଙ୍କୁ ସେ ଅପେକ୍ଷା କରାଇ ଏକ ଘଣ୍ଟାରୁ ଅଧିକ ସମୟ ପରେ ଆସିଥିଲେ। ଏଥିସହ ଉନ୍ନୟନମୂଳକ କାର୍ଯ୍ୟ ଠପ ହେବା, ନିର୍ମାଣ କାର୍ଯ୍ୟର ବିଲ ପୈଠ ନ ହେବା, ମିଛ ମାମଲା ରୁଜୁ ହେବା ଏବଂ ଧର୍ମଶାଳା ଷ୍ଟାଡିୟମର ଦାୟିତ୍ୱ କାହା ହାତରେ ରହିଛି ବିଡିଓ ସ୍ପଷ୍ଟ କରନ୍ତୁ ବୋଲି ପ୍ରଣବ କହିଛନ୍ତି। ୩ ଦିନ ମଧ୍ୟରେ ପ୍ରଶାସନ ଏଦିଗରେ ତଦନ୍ତ କରି ପଦକ୍ଷେପ ନ ନେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ପ୍ରଣବ ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗକୁ ବିଡିଓ ଖଣ୍ଡନ କରିଛନ୍ତି। ଜିଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ ସମସ୍ତ କାର୍ଯ୍ୟ କରାଯାଉଛି ବୋଲି ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଜିଲା ପରିଷଦ ସଭ୍ୟ ଜଳଧର ମହାନ୍ତି, ସ୍ମୃତିରେଖା ବେହେରା, ସମିତିସଭ୍ୟ ପ୍ରିୟବ୍ରତ ପ୍ରଧାନ, କ୍ଷିରାବ୍ଦୀ ତନୟା ମଲିକ, ନର୍ମଦା ସ୍ବାଇଁ ଓ ସୌମ୍ୟରଞ୍ଜନ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?