ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର ଏହି ନିର୍ବାଚନମଣ୍ଡଳୀର ୩ ଗୋଷ୍ଠୀ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କୁ ଭୁବନେଶ୍ୱର ଶଙ୍ଖ ଭବନକୁ ଡାକି ଏକତ୍ରିତ କରିଛନ୍ତି ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ହେଲେ ସେଠାରେ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅନୁପସ୍ଥିତ ଦେଖିବାକୁ ମିଳିଛି। ଅମରଙ୍କ ଅନୁପସ୍ଥିତି ଦଳ ପାଇଁ କ୍ଷତି ପହଞ୍ଚାଇପାରେ ବୋଲି କୁହାଯାଉଛି। ପ୍ରଣବ କାର୍ଯ୍ୟକର୍ତ୍ତାମାନଙ୍କ ସହିତ ଭିଡିଓ କନଫରେନ୍ସ ମାଧ୍ୟମରେ କଥା ହୋଇଛନ୍ତି। ଗୋଷ୍ଠୀ ବିବାଦ ନ କରି ସମସ୍ତେ ଏକହୋଇ ଲଢ଼ିବାକୁ ସେ ପରାମର୍ଶ ଦେଇଛନ୍ତି। ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ଓ ମୁଖ୍ୟମନ୍ତ୍ରୀ ଯାହାକୁ ପ୍ରାର୍ଥୀ ଘୋଷଣା କରିବେ ତାଙ୍କୁ ସମସ୍ତେ ଗ୍ରହଣ କରି ଏକତ୍ରିତ ହୋଇ ଲଢ଼ିବାକୁ ସେ କହିଛନ୍ତି।
ଯାଜପୁର ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ବିଜେଡି ରାଜ୍ୟ ସମ୍ପାଦକ ଜନ୍ମେଜୟ ଲେଙ୍କା, କ୍ୟାପଟେନ ରାଜନାରାୟଣ ମହାପାତ୍ର, ଜିଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳ, ପଞ୍ଚାୟତ ସମିତି ଅଧ୍ୟକ୍ଷା ମିନତି ସେନାପତି ପ୍ରମୁଖ ବହୁ ବ୍ୟକ୍ତି ଏଥିରେ ଯୋଗ ଦେଇଥିଲେ।
ବଡ଼ଚଣା ବିଜୁ ଜନତା ଦଳରେ ଏବେ ୩ ଗୋଷ୍ଠୀ ସକ୍ରିୟ ରହିଛନ୍ତି। ଲଗାତରଭାବେ ନିର୍ବାଚିତ ହୋଇ ଆସୁଥିବା ବିଧାୟକ ଅମର ପ୍ରସାଦ ଶତପଥୀ ଏଠାରୁ ୬ ଥର ବିଧାୟକ ହୋଇଛନ୍ତି। ୨୦୧୯ରେ କଂଗ୍ରେସ ପରିତ୍ୟାଗ କରି ଆସିଥିବା ଜନ୍ମେଜୟ ଲେଙ୍କା ବିଜେଡିରେ ଯୋଗ ଦେବାପରେ ରାଜ୍ୟ ସାଧାରଣ ସମ୍ପାଦକ ପଦବୀରେ ଅବସ୍ଥାପିତ ହେବା ସହ ମୟୂରଭଞ୍ଜ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ସମ୍ଭାଳିଛନ୍ତି। ସେହିପରି ବଡ଼ଚଣାରେ କଂଗ୍ରେସ ଦଳର ନେତୃତ୍ୱ ନେଉଥିବା କ୍ୟାପଟେନ ରାଜନାରାୟଣ ମହାପାତ୍ର ମାର୍ଚ୍ଚ ୬ରେ ଦଳରୁ ଇସ୍ତଫା ଦେଇଥିଲେ। ପରେ ସେ ତାଙ୍କର ସମର୍ଥକଙ୍କ ସହ ଯାଇ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ଏହି ୩ ହେଭିୱେଟ ନେତା ଗୋଟିଏ ଦଳରୁ ହୋଇଥିବାରୁ ପ୍ରାର୍ଥୀ ଚୟନ ଦଳ ସଭାପତିଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ସେଥିପାଇଁ ୩ ଗୋଷ୍ଠୀର ନେତୃତ୍ୱମାନଙ୍କୁ ଡାକି ବୁଝାସୁଝା କରିବା ଉଦ୍ୟମ ଆରମ୍ଭ ହୋଇଛି। ଏବେ ଦେଖିବାକୁ ଅପେକ୍ଷା ପ୍ରାର୍ଥୀ ଘୋଷଣାକୁ। ପ୍ରାର୍ଥୀ ଘୋଷଣା ପରେ ସବୁନେତାଙ୍କ ଗତିବିଧି ସ୍ପଷ୍ଟ ଜଣାପଡ଼ିବ ବୋଲି ବଡ଼ଚଣାରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri