ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର ଏହି ନିର୍ବାଚନମଣ୍ଡଳୀର ୩ ଗୋଷ୍ଠୀ ନେତା ଓ କାର୍ଯ୍ୟକର୍ତ୍ତାମାନଙ୍କୁ ଭୁବନେଶ୍ୱର ଶଙ୍ଖ ଭବନକୁ ଡାକି ଏକତ୍ରିତ କରିଛନ୍ତି ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ହେଲେ ସେଠାରେ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅନୁପସ୍ଥିତ ଦେଖିବାକୁ ମିଳିଛି। ଅମରଙ୍କ ଅନୁପସ୍ଥିତି ଦଳ ପାଇଁ କ୍ଷତି ପହଞ୍ଚାଇପାରେ ବୋଲି କୁହାଯାଉଛି। ପ୍ରଣବ କାର୍ଯ୍ୟକର୍ତ୍ତାମାନଙ୍କ ସହିତ ଭିଡିଓ କନଫରେନ୍ସ ମାଧ୍ୟମରେ କଥା ହୋଇଛନ୍ତି। ଗୋଷ୍ଠୀ ବିବାଦ ନ କରି ସମସ୍ତେ ଏକହୋଇ ଲଢ଼ିବାକୁ ସେ ପରାମର୍ଶ ଦେଇଛନ୍ତି। ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ ଆସନରେ ବସାଇବା ଓ ମୁଖ୍ୟମନ୍ତ୍ରୀ ଯାହାକୁ ପ୍ରାର୍ଥୀ ଘୋଷଣା କରିବେ ତାଙ୍କୁ ସମସ୍ତେ ଗ୍ରହଣ କରି ଏକତ୍ରିତ ହୋଇ ଲଢ଼ିବାକୁ ସେ କହିଛନ୍ତି।
ଯାଜପୁର ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ବିଜେଡି ରାଜ୍ୟ ସମ୍ପାଦକ ଜନ୍ମେଜୟ ଲେଙ୍କା, କ୍ୟାପଟେନ ରାଜନାରାୟଣ ମହାପାତ୍ର, ଜିଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳ, ପଞ୍ଚାୟତ ସମିତି ଅଧ୍ୟକ୍ଷା ମିନତି ସେନାପତି ପ୍ରମୁଖ ବହୁ ବ୍ୟକ୍ତି ଏଥିରେ ଯୋଗ ଦେଇଥିଲେ।
ବଡ଼ଚଣା ବିଜୁ ଜନତା ଦଳରେ ଏବେ ୩ ଗୋଷ୍ଠୀ ସକ୍ରିୟ ରହିଛନ୍ତି। ଲଗାତରଭାବେ ନିର୍ବାଚିତ ହୋଇ ଆସୁଥିବା ବିଧାୟକ ଅମର ପ୍ରସାଦ ଶତପଥୀ ଏଠାରୁ ୬ ଥର ବିଧାୟକ ହୋଇଛନ୍ତି। ୨୦୧୯ରେ କଂଗ୍ରେସ ପରିତ୍ୟାଗ କରି ଆସିଥିବା ଜନ୍ମେଜୟ ଲେଙ୍କା ବିଜେଡିରେ ଯୋଗ ଦେବାପରେ ରାଜ୍ୟ ସାଧାରଣ ସମ୍ପାଦକ ପଦବୀରେ ଅବସ୍ଥାପିତ ହେବା ସହ ମୟୂରଭଞ୍ଜ ଜିଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ସମ୍ଭାଳିଛନ୍ତି। ସେହିପରି ବଡ଼ଚଣାରେ କଂଗ୍ରେସ ଦଳର ନେତୃତ୍ୱ ନେଉଥିବା କ୍ୟାପଟେନ ରାଜନାରାୟଣ ମହାପାତ୍ର ମାର୍ଚ୍ଚ ୬ରେ ଦଳରୁ ଇସ୍ତଫା ଦେଇଥିଲେ। ପରେ ସେ ତାଙ୍କର ସମର୍ଥକଙ୍କ ସହ ଯାଇ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ଏହି ୩ ହେଭିୱେଟ ନେତା ଗୋଟିଏ ଦଳରୁ ହୋଇଥିବାରୁ ପ୍ରାର୍ଥୀ ଚୟନ ଦଳ ସଭାପତିଙ୍କ ପାଇଁ କଷ୍ଟକର ହୋଇପଡ଼ିଛି। ସେଥିପାଇଁ ୩ ଗୋଷ୍ଠୀର ନେତୃତ୍ୱମାନଙ୍କୁ ଡାକି ବୁଝାସୁଝା କରିବା ଉଦ୍ୟମ ଆରମ୍ଭ ହୋଇଛି। ଏବେ ଦେଖିବାକୁ ଅପେକ୍ଷା ପ୍ରାର୍ଥୀ ଘୋଷଣାକୁ। ପ୍ରାର୍ଥୀ ଘୋଷଣା ପରେ ସବୁନେତାଙ୍କ ଗତିବିଧି ସ୍ପଷ୍ଟ ଜଣାପଡ଼ିବ ବୋଲି ବଡ଼ଚଣାରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅକ୍ବାନ’ ଆଲର୍ଟ: ଗୁଡ଼ାରି ବ୍ଲକ ପ୍ରଶାସନର ଜରୁରୀ ବୈଠକ, ମୁଖ୍ୟାଳୟ ନ ଛାଡ଼ିବାକୁ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ

ଗୁଡ଼ାରି,୧୮ା୧୧(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟା ‘ଅକ୍ବାନ’କୁ ଦୃଷ୍ଟିରେ ରଖି ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।…

କେନ୍ଦୁଝରର ଗୌରବ: ବିଶିଷ୍ଟ କବି ଭୈରବ ଚନ୍ଦ୍ର ବେହେରାଙ୍କୁ ମିଳିଲା ମର୍ଯ୍ୟାଦାଜନକ ‘ଉତ୍କଳ ସାହିତ୍ୟ ରତ୍ନ ସମ୍ମାନ’

ପାଟଣା,୧୮।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ଜାମୁନାଳିଆ ଗ୍ରାମର ବିଶିଷ୍ଟ କବି, ଗାଳ୍ପିକ ତଥା ଶିକ୍ଷାବିତ୍ ଭୈରବ ଚନ୍ଦ୍ର ବେହେରାଙ୍କୁ…

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି

ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?