ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା, ଜିଲା ପରିଷଦ ସଭ୍ୟ ଓ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶଙ୍ଖଭବନକୁ ଡାକି ବର୍ଷାଙ୍କୁ ସହଯୋଗ କରିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଭିଡିଓ କନଫରେନ୍ସ ମାଧ୍ୟମରେ ଯୋଗଦେଇ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ଗୁରୁମନ୍ତ୍ର ଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଛନ୍ତି। ତାଙ୍କୁ ସମସ୍ତେ ମିଳିମିଶି ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଚେଷ୍ଟା କରନ୍ତୁ। ଆଗମୀ ଦିନରେ ନିଜେ ମୁଖ୍ୟମନ୍ତ୍ରୀ ଓ ସାଙ୍ଗଠନିକ ସମ୍ପାଦକ ବଡ଼ଚଣାର ଦାୟିତ୍ୱ ନେବେ। ତେଣୁ ବର୍ଷାଙ୍କୁ ବିଜୟୀ କରିବାକୁ ସେ ନିବେଦନ କରିଛନ୍ତି। ଆସନ୍ତା ୨୬ ତାରିଖ ଶୁକ୍ରବାର ବର୍ଷା ପ୍ରଥମ କରି ବଡ଼ଚଣା ଆସିବେ। ତାଙ୍କୁ ସ୍ବାଗତ କରିବା ପାଇଁ ଦଳ ପକ୍ଷରୁ ଜୋରଦାର ପ୍ରସ୍ତୁତି କରିବାକୁ ପ୍ରଣବ କହିଛନ୍ତି। ବଡ଼ଚଣା ବିଜେଡିର ୩ ଗୋଷ୍ଠୀର ବହୁ ନେତୃତ୍ୱ ଏହି ବୈଠକରେ ସାମିଲହୋଇଥିଲାବେଳେ ବିଧାୟକ ଅମର ପ୍ରସାଦ ଶତପଥୀ ଅନୁପସ୍ଥିତ ଥିଲେ। ବୈଠକ ପରେ ବିଧାୟକ ଶତପଥୀ ନବୀନ ନିବାସ ଯାଇ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।
ଯାଜପୁର ଜିଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାର୍ଥିନୀ ବର୍ଷା, ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ରାଜ୍ୟ ସମ୍ପାଦକ ଜନ୍ମେଜୟ ଲେଙ୍କା, କ୍ୟାପଟେନ ରାଜନାରାୟଣ ମହାପାତ୍ର, ବ୍ଲକ୍‌ ଅଧ୍ୟକ୍ଷା ମିନତି ସେନାପତି, ଜିଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନନ୍ଦ, କୈଳାସ ଚନ୍ଦ୍ର ରାଉତ, ଇତିଶ୍ରୀ ସାମଲ, ଶୁକ୍ରମଣୀ ପୂର୍ତ୍ତି, ବିଜେଡି ବ୍ଲକ ସଭାପତି ଅରବିନ୍ଦ ସାମଲ, ସରପଞ୍ଚ ରଞ୍ଜନ ଦାସ, ସାଗରିକା ବିହାରୀ, ଅବଦୁଲ ଗନି, ଆଶିଷ ରଞ୍ଜନ ଚୌଧୁରୀ, ପ୍ରବୀର କୁମାର ସାମଲ, ପ୍ରମିଳା ଜେନା, ପୁଷ୍ପଲତା ନାଥ, ପୂଜାରିଣୀ ବଳ, ରଞ୍ଜନ ବଳ, ଧନେଶ୍ୱର ବେହେରା, ଦିଲୀପ ସାମଲ ଓ ଜ୍ଞାନରଞ୍ଜନ ସାହୁ ପ୍ରମୁଖ ବହୁ ବ୍ୟକ୍ତି ଯୋଗଦେଇଥିଲେ। ଏହି ଅବସରରେ ବର୍ଷା ବଡ଼ଚଣାର ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କୁ ସ୍ବାଗତ ଜଣାଇଥିଲେ। ବଡ଼ଚଣାର ନେତୃତ୍ୱମାନେ ମଧ୍ୟ ବର୍ଷାଙ୍କ ସମେତ ଉପସ୍ଥିତ ସମସ୍ତ ନେତୃବୃନ୍ଦଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri