ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା, ଜିଲା ପରିଷଦ ସଭ୍ୟ ଓ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶଙ୍ଖଭବନକୁ ଡାକି ବର୍ଷାଙ୍କୁ ସହଯୋଗ କରିବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଭିଡିଓ କନଫରେନ୍ସ ମାଧ୍ୟମରେ ଯୋଗଦେଇ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ଗୁରୁମନ୍ତ୍ର ଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀ ଜଣେ ମହିଳାଙ୍କୁ ପ୍ରାର୍ଥୀ କରିଛନ୍ତି। ତାଙ୍କୁ ସମସ୍ତେ ମିଳିମିଶି ବିପୁଳ ଭୋଟରେ ବିଜୟୀ କରିବା ପାଇଁ ଚେଷ୍ଟା କରନ୍ତୁ। ଆଗମୀ ଦିନରେ ନିଜେ ମୁଖ୍ୟମନ୍ତ୍ରୀ ଓ ସାଙ୍ଗଠନିକ ସମ୍ପାଦକ ବଡ଼ଚଣାର ଦାୟିତ୍ୱ ନେବେ। ତେଣୁ ବର୍ଷାଙ୍କୁ ବିଜୟୀ କରିବାକୁ ସେ ନିବେଦନ କରିଛନ୍ତି। ଆସନ୍ତା ୨୬ ତାରିଖ ଶୁକ୍ରବାର ବର୍ଷା ପ୍ରଥମ କରି ବଡ଼ଚଣା ଆସିବେ। ତାଙ୍କୁ ସ୍ବାଗତ କରିବା ପାଇଁ ଦଳ ପକ୍ଷରୁ ଜୋରଦାର ପ୍ରସ୍ତୁତି କରିବାକୁ ପ୍ରଣବ କହିଛନ୍ତି। ବଡ଼ଚଣା ବିଜେଡିର ୩ ଗୋଷ୍ଠୀର ବହୁ ନେତୃତ୍ୱ ଏହି ବୈଠକରେ ସାମିଲହୋଇଥିଲାବେଳେ ବିଧାୟକ ଅମର ପ୍ରସାଦ ଶତପଥୀ ଅନୁପସ୍ଥିତ ଥିଲେ। ବୈଠକ ପରେ ବିଧାୟକ ଶତପଥୀ ନବୀନ ନିବାସ ଯାଇ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।
ଯାଜପୁର ଜିଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ଅଶୋକ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାର୍ଥିନୀ ବର୍ଷା, ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ, ରାଜ୍ୟ ସମ୍ପାଦକ ଜନ୍ମେଜୟ ଲେଙ୍କା, କ୍ୟାପଟେନ ରାଜନାରାୟଣ ମହାପାତ୍ର, ବ୍ଲକ୍‌ ଅଧ୍ୟକ୍ଷା ମିନତି ସେନାପତି, ଜିଲା ପରିଷଦ ଉପସଭାପତି ଗଣେଶ୍ୱର ବରାଳ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନନ୍ଦ, କୈଳାସ ଚନ୍ଦ୍ର ରାଉତ, ଇତିଶ୍ରୀ ସାମଲ, ଶୁକ୍ରମଣୀ ପୂର୍ତ୍ତି, ବିଜେଡି ବ୍ଲକ ସଭାପତି ଅରବିନ୍ଦ ସାମଲ, ସରପଞ୍ଚ ରଞ୍ଜନ ଦାସ, ସାଗରିକା ବିହାରୀ, ଅବଦୁଲ ଗନି, ଆଶିଷ ରଞ୍ଜନ ଚୌଧୁରୀ, ପ୍ରବୀର କୁମାର ସାମଲ, ପ୍ରମିଳା ଜେନା, ପୁଷ୍ପଲତା ନାଥ, ପୂଜାରିଣୀ ବଳ, ରଞ୍ଜନ ବଳ, ଧନେଶ୍ୱର ବେହେରା, ଦିଲୀପ ସାମଲ ଓ ଜ୍ଞାନରଞ୍ଜନ ସାହୁ ପ୍ରମୁଖ ବହୁ ବ୍ୟକ୍ତି ଯୋଗଦେଇଥିଲେ। ଏହି ଅବସରରେ ବର୍ଷା ବଡ଼ଚଣାର ସମସ୍ତ ନିର୍ବାଚିତ ପ୍ରତିନିଧିଙ୍କୁ ସ୍ବାଗତ ଜଣାଇଥିଲେ। ବଡ଼ଚଣାର ନେତୃତ୍ୱମାନେ ମଧ୍ୟ ବର୍ଷାଙ୍କ ସମେତ ଉପସ୍ଥିତ ସମସ୍ତ ନେତୃବୃନ୍ଦଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri