ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ କଟାକ୍ଷ, ଧର୍ମେନ୍ଦ୍ର ଭାଇ…

ଭୁବନେଶ୍ୱର,୯।୪: ନିର୍ବାଚନୀ ମାହୋଲ ଭିତରେ ରାଜ୍ୟ ରାଜନୀତିକୁ ଆହୁରି ସରଗରମ କରିଛି ପ୍ରଣବଙ୍କ ପୋଷ୍ଟ । ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ପୋଷ୍ଟ କରିଛନ୍ତି ପ୍ରଣବ ଦାସ। ସମ୍ବଲପୁର ଲୋକ ସଭା ଆସନ ପାଇଁ ପ୍ରଣବ-ଧର୍ମେନ୍ଦ୍ର ଦୁଇ ପ୍ରମୁଖ ଦଳ ବିଜେଡି- ଭାଜପାର ପ୍ରାର୍ଥୀ ହୋଇଥିବା ବେଳେ ଧର୍ମେନ୍ଦ୍ରଙ୍କୁ ନିଶାନା କରିଛନ୍ତି ପ୍ରଣବ ପ୍ରକାଶ ଦାସ ।

ଏନଏଚ-୫୫ ନେଇ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କରି ପ୍ରଣବ ଲେଖିଛନ୍ତି, ଧର୍ମେନ୍ଦ୍ର ଭାଇ, ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ର ଦୂରାବସ୍ଥା ଯୋଗୁଁ ୨୦୦ରୁ ଅଧିକ ଦୁର୍ଘଟଣାରେ ୪୦୦ରୁ ଅଧିକ ବହୁମୂଲ୍ୟ ଜୀବନ ଚାଲିଯାଇଛି କାହା ପାଇଁ ? କାହାର ଅପାରଗତା ଓ ସ୍ଥାଣୁତା ଯୋଗୁଁ ? ଆପଣ ୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ସାମାନ୍ୟ ରାସ୍ତା କାମଟିଏ ସାରିପାରିଲେ ନାହିଁ। ଏହାଠାରୁ ବଡ଼ ବିଫଳତା ଆଉ କ’ଣ ହୋଇପାରେ ? କେଉଁ ମୁହଁ ନେଇ ଆପଣ ସମ୍ବଲପୁରବାସୀଙ୍କୁ ସାମ୍ନା କରିବେ। ଯାହାଙ୍କର ଜୀବନରେଖାକୁ ଆପଣ ବିପର୍ଯ୍ୟସ୍ତ କରି ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଭାବେ ଆପଣଙ୍କର ୧୦ ବର୍ଷର ବିଫଳତାର ଚିଠା ସମ୍ବଲପୁରବାସୀଙ୍କ ପାଖରେ ଅଛି। ଜନସାଧାରଣ ଆପଣଙ୍କୁ ଉଚିତ ଜବାବ ଦେବେ ବୋଲି ପ୍ରଣବ ପ୍ରକାଶ ଦାସ କହିଛନ୍ତି ।

ତେବେ ସମ୍ବଲପୁର ଲୋକ ସଭା ଆସନରେ ଜିତାପଟ ପାଇଁ ଉଭୟ ଧର୍ମେନ୍ଦ୍ର ଓ ପ୍ରଣବ ଜୋରଦାର ପ୍ରଚାର କରୁଛନ୍ତି । ଲୋକଙ୍କ ପାଖକୁ ଯାଇ ନିଜର ଶକ୍ତିପ୍ରଦର୍ଶନ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri