Posted inଖେଳ

ପ୍ରଣୟ, ସେନ୍‌ ଦ୍ୱିତୀୟ ରାଉଣ୍ଡରେ

କୋପେନ୍‌ହାଗେନ,୨୨ା୮: ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ଏଚ୍‌.ଏସ୍‌. ପ୍ରଣୟ ଓ ଲକ୍ଷ୍ୟ ସେନ୍‌ ଏଠାରେ ଚାଲିଥିବା ବିଶ୍ୱ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।
ପ୍ରଣୟ ସୋମବାର ସେ ଫିନ୍‌ଲାଣ୍ଡର କାଲେ କୋଲ୍‌ଜୋନେନ୍‌ଙ୍କ ବିପକ୍ଷରେ ଏକ ସିଧାସଳଖ ଗେମ୍‌ରେ ବିଜୟ ହାସଲ କରିଛନ୍ତି। ବିଶ୍ୱର ୯ ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ଗତ ଦୁଇ ସଂସ୍କରଣରେ କ୍ୱାର୍ଟର ଫାଇନାଲ ପର୍ଯ୍ୟାୟକୁ ଉନ୍ନୀତ ହୋଇପାରିଛନ୍ତି। ଏଠାରେ କୋଲ୍‌ଜୋନେନ୍‌ଙ୍କୁ ସେ ୨୪-୨୨, ୨୧-୧୦ରେ ହରାଇ ଦେଇଥିଲେ। ଫଳରେ ଫିନ୍‌ଲାଣ୍ଡର ଏହି ଖେଳାଳିଙ୍କ ବିରୋଧରେ ଏପର୍ଯ୍ୟନ୍ତ ଖେଳିଥିବା ସମସ୍ତ ୩ଟି ମ୍ୟାଚ୍‌ରେ ପ୍ରଣୟ ବିଜୟ ହାସଲ କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ସେନ୍‌ ମରିସସ୍‌ର ଜର୍ଜେସ ଜୁଲିଏନ୍‌ ପଲ୍‌ଙ୍କୁ ୨୧-୧୨,୨୧-୭ରେ ପରାସ୍ତ କରିଛନ୍ତି। ଭାରତର ତଥା ୩୩ ର଼୍ୟାଙ୍କିଙ୍ଗ୍‌ପ୍ରାପ୍ତ ମିକ୍ସଡ ଡବଲ୍ସ ଯୋଡ଼ି ରୋହନ କପୁର ଓ ଏନ୍‌. ସିକ୍କି ରେଡ୍ଡୀ ସ୍କଟ୍‌ଲାଣ୍ଡର ଆଡାମ ହଲ୍‌ ଓ ଜୁଲି ମ୍ୟାକ୍‌ଫର୍ସନଙ୍କଠାରୁ ୧୪-୨୧, ୨୨-୨୦ ଓ ୧୮-୨୧ରେ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି।…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri